ଚାନ୍ଦିନୀଚୌକରେ ଅପରାହ୍ନ ୧ଟାରେ ରଥ ଟଣା

କଟକ,୨୦ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ କଟକରେ ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ସରିଥିବାବେଳେ ସକାଳୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ଶ୍ରୀଜୀଉ। ତେବେ କଟକସ୍ଥିତ ଚାନ୍ଦିନୀଚୌକର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସ୍ବତନ୍ତ୍ର ମାନ୍ୟତା ରହିଛି। ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୧ ଘଟିକା ସମୟରେ ଚାନ୍ଦିନୀଚୌକ ଛକାରେ ଥିବା ରଥ ଟଣା ଆରମ୍ଭ ହେବ। ଅଷ୍ଟଶମ୍ଭୁ ମନ୍ଦିର ଛକ, ବନ୍ଧବାସେଳୀ ଛକ, ତ୍ରିନାଥ ମନ୍ଦିର ଛକ, ନୃସିଂହନାଥ ମଠ ଛକ, ମଙ୍ଗଳାସାହି ଛକ, କଫଲା ଫାଣ୍ଡି ଛକ, ମହାନ୍ତିପଡା ଛକ,ସତୀଚଉରା ଛକରୁ ରିଂରୋଡ଼ ଦେଇ ବନ୍ଧବାଶେଳୀ ପୀଠସ୍ଥିତ ମାଉସୀମା ମନ୍ଦିରରୁ ପୋଡ଼ପିଠା ଭୋଗ ଖାଇ ଶ୍ରୀଜିଉଙ୍କ ରଥ କାଠଯୋଡ଼ି ବେଲଭ୍ୟୁ ଛକସ୍ଥିତ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବ। ୨୧ରୁ ୨୭ ତାରିଖ ଯାଏଁ ବେଲଭ୍ୟୁ ଛକସ୍ଥିତ ତଳ ଖେଳପଡ଼ିଆରେ ଏବଂ ୨୯, ୩ଠ ଜଗନ୍ନାଥ ମନ୍ଦିର ସମ୍ମୁଖ ବଡ଼ଦାଣ୍ଡରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଚାନ୍ଦିନୀଚୌକ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରାକୁ ସଫଳ କରିବା ପାଇଁ ମନ୍ଦିର ପରିଚାଳନା ସମିତି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ୯ଦିନ ବ୍ୟାପୀ ରଥଯାତ୍ରା ମହୋତ୍ସବକୁ ସଫଳ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ କଟକ ମହାନଗର ନିଗମ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ହରିପୁର ରଥଯାତ୍ରାରେ ସୁଭଦ୍ରାଙ୍କ ରଥକୁ କେବଳ ମହିଳାମାନେ ହିଁ ହଳଦିଆ ଶାଢ଼ି ପିନ୍ଧି ଟାଣନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri