ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି : ଜାଣନ୍ତୁ …

ପୁରୀ,୬।୯: ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ। ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ। ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଆରମ୍ଭ କରାଯିବ।

ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଛି । ଯାହାକୁ ନେଇ ଶୁଭ-ଅଶୁଭର ଗଣନା କରୁଛନ୍ତି ଜ୍ୟୋର୍ତିବିଦ ।

ଏହି ଦୁଇଟି ଯାକ ଚନ୍ଦ୍ରଗ୍ରହଣ ବଡ଼ ବଡ଼ ପର୍ବ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବତନ୍ତ୍ର ତିଥିରେ ପଡୁଛି। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଜ୍ୟୋତିଷ ରାଜପଣ୍ଡିତ ଶିବନାରାୟଣ ମହାପାତ୍ର ଗଣନା କରି କହିଛନ୍ତି ଯେ ୬ ମାସ ବ୍ୟବଧାନରେ ଦୁଇ ଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ରାଜ୍ୟକୁ ଅଶୁଭ ବେଳା ରହିଛି ।

 

ଯେମିତି ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିପାରେ ଓଡ଼ିଶା । ଭାଦ୍ରବ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତଥା ଭାଗବତ ଜନ୍ମରେ ପଡୁଛି ପ୍ରଥମ ଚନ୍ଦ୍ର ଗ୍ରହଣ। ତେବେ ଭାଦ୍ରବ ପୂର୍ଣ୍ନିମାରେ ହେବାକୁଥିବା ଚନ୍ଦ୍ର ଗ୍ରହଣ ହେଉଛି ରାହୁ ଗ୍ରସ୍ତ ଖ ଗ୍ରାସ ଚନ୍ଦ୍ର ଗ୍ରହଣ। ତେବେ ଚନ୍ଦ୍ର ଗ୍ରହଣ ପୁରୀରେ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ସାଢେ ତିନିଘଣ୍ଟା ଧରି ଏହା ଅନୁଷ୍ଠିତ ହେବ।

 

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏକ ଅଳ୍ପ ସମୟ ମଧ୍ୟରେ ଦୁଇଟି ଚନ୍ଦ୍ରଗ୍ରହଣ ଘଟିବା ଏକ ଅସାଧାରଣ ଘଟଣା ଏବଂ ଏହା ଜଟିଳ ପରିସ୍ଥିତି ସୃଷ୍ଟି କରିଥାଏ । ଏହି ଗ୍ରହଣଗୁଡିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମହତ୍ତ୍ବପୂର୍ଣ୍ଣ ପର୍ବପର୍ବାଣି ସହ ସମ୍ପୃକ୍ତ ହୋଇଥିବାରୁ ଏହାର ପ୍ରଭାବ ଆହୁରି ଗୁରୁତର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri