Posted inଜାତୀୟ

ଚନ୍ଦ୍ରବାବୁ ସବୁଠୁ ଧନୀ, ମମତା ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩୧।୧୨ (ପି.ଟି.):ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ହେଉଛନ୍ତି ଭାରତର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଶର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବା ନେଇ ସୋମବାର ନିର୍ବାଚନରେ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ସଙ୍ଗଠନ ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ସମ୍ପ୍ରତି ଭାରତର ୩୧ ମୁଖ୍ୟମନ୍ତ୍ରୀଙ୍କ ସମୁଦାୟ ସମ୍ପତ୍ତି ୧,୬୩୦ କୋଟି ହୋଇଥିବା ଏହି ରିପୋର୍ଟ କହିଛି। ଭାରତରେ ଜଣେ ମୁଖ୍ୟମନ୍ତ୍ରୀଙ୍କ ହାରାହାରି ଆୟ ଦେଶର ମୁଣ୍ଡପିଛା ଆୟର ୭.୩ ଗୁଣା ରହିଛି। ୩୩୨ କୋଟିର ସମ୍ପତ୍ତି ସହ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ହେଉଛନ୍ତି ଦେଶର ଦ୍ୱିତୀୟ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ସେହିପରି ୫୧ କୋଟିର ସମ୍ପତ୍ତି ସହ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମୈୟା ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ, ୫୫ ଲକ୍ଷର ସମ୍ପତ୍ତି ସହ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦେଶର ଦ୍ୱିତୀୟ ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ୧.୧୮ କୋଟିର ସମ୍ପତ୍ତି ସହ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଗରିବ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି। ଦେଶର ୧୩(୪୨%) ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ୧୦ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ହତ୍ୟା ଉଦ୍ୟମ, ଅପହରଣ, ଆପରାଧିକ ଧମକ ଏବଂ ଲାଞ୍ଚ ଆଦି ଗମ୍ଭୀର ଆପରାଧିକ ମାମଲା ରହିଥିବା ଏଡିଆର୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଟ୍ରମ୍ପ-ଜିନପିଙ୍ଗ ମୁହାଁମୁହିଁ: ଆମେରିକା ବିରୁଦ୍ଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ନେଲା ଚାଇନା, ବିଶ୍ୱରେ ଚହଳ

ବେଜିଂ,୨୭।୧୨: ଆମେରିକା ଏବଂ ଚାଇନା ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, “ଡ୍ରାଗନ” ନିକଟରେ ଏକ ପଦକ୍ଷେପ ନେଇଛି। ସି ଜିନପିଙ୍ଗ ଆମେରିକା ବିରୁଦ୍ଧରେ ଏପର୍ଯ୍ୟନ୍ତ ସବୁଠାରୁ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ

ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri