Posted inଜାତୀୟ

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଭଳି ସହାୟତା ବଢ଼ାଯାଉ: ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୪ା୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଗୁରୁବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ଆନ୍ଧ୍ରକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଭଳି ସହାୟତା ବଢ଼ାଇବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରରେ ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା ବେଳେ ଏହାର ଅଧ୍ୟକ୍ଷ ଚନ୍ଦ୍ରବାବୁ ରାଜ୍ୟର ବିକାଶ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପ୍ରଧାନମନ୍ତ୍ରୀଙ୍କ ନିକଟରେ ରଖିବା ସହ କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି।

ରାଜ୍ୟଗୁଡ଼ିକ ମଧ୍ୟରେ ଆନ୍ଧ୍ରପ୍ରଦେଶ ପୁଣିଥରେ ପାଓ୍ବାର ହାଉସ୍‌ ଭାବେ ଉଭାହେବାକୁ ଯାଉଥିବା ବୈଠକ ପରେ ଚନ୍ଦ୍ରବାବୁ ଦୃଢ଼ତାର ସହ କହିଛନ୍ତି। ୨ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ଚନ୍ଦ୍ରବାବୁ ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ଜାତୀୟ ରାଜପଥ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହା ବ୍ୟତୀତ ସେ ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ, କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ଚନ୍ଦ୍ରବାବୁ ଭେଟିବା କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଏନ୍‌ଡିଏର ଅନ୍ୟତମ ମୁଖ୍ୟ ସହଯୋଗୀ ଜେଡିୟୁର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ବିହାରକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଯୋଗାଇଦେବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri