Posted inଜାତୀୟ

ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି , ୪ ସପ୍ତାହ ପାଇଁ ମିଳିଲା ଜାମିନ

ଅମରାବତୀ,୩୧।୧୦: ଦକ୍ଷତା ବିକାଶ ମାମଲାରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ହାଇକୋର୍ଟର ଓକିଲ ସୁନକାରା କୃଷ୍ଣମୂର୍ତ୍ତି ଏହି ସୂଚନା ଦେଇଛନ୍ତି।

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଚନ୍ଦ୍ରବାବୁ ନାଇଡୁଙ୍କୁ ନଭେମ୍ବର ୨୪ ପର୍ଯ୍ୟନ୍ତ ଜାମିନ ପ୍ରଦାନ କରାଯାଇଛି। ୨୪ ନଭେମ୍ବରରେ ତାଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଛି। ନଭେମ୍ବର ୧୦ରେ କୋର୍ଟ ତାଙ୍କର ମୁଖ୍ୟ ଜାମିନ ଆବେଦନ ଉପରେ ଶୁଣାଣି କରିବେ। ଡାକ୍ତରଖାନା ଯିବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମରେ ଯୋଗ ନ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କୁ ଗଣମାଧ୍ୟମ ଏବଂ ରାଜନୈତିକ କାର୍ଯ୍ୟକଳାପରୁ ଦୂରରେ ରହିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ଚନ୍ଦ୍ରବାବୁ ନାଇଡୁଙ୍କୁ ସେପ୍ଟେମ୍ବର ୯ରେ ୩୭୧ କୋଟି ଟଙ୍କାର ଦକ୍ଷତା ବିକାଶ ସ୍କାମରେ ଗିରଫ କରାଯାଇଥିଲା। ରାଜ୍ୟ କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ସେପ୍ଟେମ୍ବର ୯ରେ ସକାଳ ପ୍ରାୟ ୬ଟା ସମୟରେ ତାଙ୍କୁ ଗିରଫ କରିଥିଲା। ସିଆଇଡି ଦାବି କରିଛି ଯେ ନାଇଡୁଙ୍କ ନେତୃତ୍ୱରେ ସେଲ କମ୍ପାନୀ ମାଧ୍ୟମରେ ସରକାରୀ ଅନୁଷ୍ଠାନକୁ ସରକାରୀ ଟଙ୍କା ସ୍ଥାନାନ୍ତର କରିବା ପାଇଁ ଏକ ଷଡଯନ୍ତ୍ର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri