Posted inଜାତୀୟ

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ ରମେଶଙ୍କ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଛି। ଜୟରାମ ରମେଶ ଭିଡିଓଟିକୁ ଶେୟାର କରି ଲୋକଙ୍କ ମଧ୍ୟରେ ଅସନ୍ତୋଷ ଥିବା ଦାବି କରିଥିବା ବେଳେ ଚନ୍ଦ୍ରବାବୁ ନାଇଡୁ ଏହାକୁ ଖଣ୍ଡନ କରିଛନ୍ତି।

ନାଇଡୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି ଯେ, ଜୟରାମ ରମେଶ ଘଟଣାକୁ ଭୁଲ୍‌ ଭାବେ ବୁଝିଛନ୍ତି। ତାଙ୍କ କହିବାନୁସାରେ, କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକଙ୍କ ଉତ୍ସାହକୁ ଅସନ୍ତୋଷ ବୋଲି ଦର୍ଶାଯାଉଛି । ଲୋକଙ୍କ ପ୍ରତିକ୍ରିୟା ଉତ୍ସାହପୂର୍ଣ୍ଣ ଥିଲା ବୋଲି ନାଇଡୁ କହିଛନ୍ତି। କହିରଖୁଛୁ କି, ଅକ୍ଟୋବର ୨ରେ ଆନ୍ଧ୍ରପ୍ରଦେଶର ମଦନପଲ୍ଲେରେ ‘ଗ୍ଲୋବାଲ୍ ହର୍ଟିକଲଚର ହବ୍’ ଓ ‘ଇଣ୍ଡିଆନ୍ ସ୍କୁଲ୍ ଅଫ୍ ଏଗ୍ରିକଲଚର’ର ଶିଳାନ୍ୟାସ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ନିର୍ମଳା ସୀତାରମଣ, ଚନ୍ଦ୍ରବାବୁ ନାଇଡୁ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ଓ ଅନନ୍ତ ଅମ୍ବାନୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

ନିର୍ମଳା ସୀତାରମଣ ଭାଷଣ ଦେବା ସମୟରେ କିଛି ଲୋକଙ୍କ ନାରାବାଜି ଓ ହୋହଲ୍ଲା ଯୋଗୁଁ ତାଙ୍କ ଭାଷଣରେ ବାଧା ସୃଷ୍ଟି ହୋଇଥିବା ରିପୋର୍ଟ ହୋଇଛି। ଏହାପରେ ଚନ୍ଦ୍ରବାବୁ ନାଇଡୁ ମାଇକ୍‌ ଧରି ଲୋକଙ୍କୁ ଶାନ୍ତ ରହିବା ସହ କେନ୍ଦ୍ରମନ୍ତ୍ରୀଙ୍କ ଭାଷଣ ଶୁଣିବାକୁ କହିଥିଲେ। ନାଇଡୁ କହିଛନ୍ତି, ମଞ୍ଚ ସମ୍ମୁଖରେ ଲୋକଙ୍କ ଅତ୍ୟଧିକ ଉତ୍ସାହ ଦେଖି ସେ କିଛି ସମୟ ପାଇଁ ମାଇକ୍‌ ଧରିଥିଲେ, ଯାହାଦ୍ୱାରା କାର୍ଯ୍ୟକ୍ରମ ସୁଚାରୁ ଭାବେ ଚାଲିପାରିବ।

ତାଙ୍କ ମତରେ, ଲୋକଙ୍କ ଉତ୍ସାହକୁ ଅସନ୍ତୋଷ ଭାବେ ବ୍ୟାଖ୍ୟା କରିବା ଆନ୍ଧ୍ରପ୍ରଦେଶ ଓ ଦେଶର ଲୋକଙ୍କ ଭାବନାଠାରୁ ଦୂରତାକୁ ଦର୍ଶାଏ। ରାଜନୈତିକ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ହେଉଥିବା ଆଲୋଚନା ବାସ୍ତବ ଘଟଣାକୁ ବଦଳାଇ ପାରିବ ନାହିଁ ବୋଲି ସେ କହିଛନ୍ତି। ଅନ୍ୟପଟେ, କିଛି ରିପୋର୍ଟରେ କାର୍ଯ୍ୟକ୍ରମ ସମୟରେ ନାରାବାଜି ଓ ହୋହଲ୍ଲା ହୋଇଥିବା ଏବଂ ଏହା ଯୋଗୁଁ ନିର୍ମଳା ସୀତାରମଣଙ୍କ ଭାଷଣ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିବା କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?