Posted inଜାତୀୟ

ଚତୁର୍ଥଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରାବାବୁ ନାଇଡୁ: ପଓ୍ବନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଚନ୍ଦ୍ରାବାବୁ ନାଇଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସିଏମ ଭାବେ ଏହା ଚନ୍ଦ୍ରାବାବୁ ନାଇଡୁଙ୍କର ଚତୁର୍ଥ ଇନିଂସ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ହେଭିଓ୍ବେଟ୍‌ ଉପସ୍ଥିତ ଥିଲେ। ନାଇଡୁ ସରକାରରେ ଟିଡିପିର ୨୧ ଜଣ ମନ୍ତ୍ରୀ, ଜନସେନାର ଦୁଇଜଣ ଏବଂ ଭାଜପାର ଜଣେ ମନ୍ତ୍ରୀ ହେଉଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ନାଇଡୁଙ୍କୁ ସେମାନଙ୍କର ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।

ମଙ୍ଗଳବାର ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହେବା ପରେ ଟିଡିପି, ଭାଜପା ଏବଂ ଜନସେନା ମିଳିତ ଦଳର ନେତା ବିଜୟୱାଡା ଠାରେ ରାଜ୍ୟପାଳ ଏସ ଅବଦୁଲ ନାଜିରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ।
ଆନ୍ଧ୍ରପ୍ରଦେଶରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଚନ୍ଦ୍ରାବାବୁ ନାଇଡୁଙ୍କ ନେତୃତ୍ୱରେ ତେଲୁଗୁ ଦେଶମ ଦଳ ସର୍ବବୃହତ ଦଳ ହୋଇପାରିଛି। ନିର୍ବାଚନରେ ପୱନ କଲ୍ୟାଣଙ୍କ ଜନସେନା ପାର୍ଟି ୨୧ଟି ଆସନ ଜିତିଛି ଏବଂ ଭାଜପା ମଧ୍ୟ ଆଠଟି ସିଟ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri