Posted inଜାତୀୟ

କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୧୧।୬: ଟିଡିପି ସୁପ୍ରିମୋ ଏନ ଚନ୍ଦ୍ରବାବୁ ନାଇଡୁ ଆସନ୍ତାକାଲି ଅର୍ଥାତ ବୁଧବାର ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ସୂଚନା ଅନୁଯାୟୀ, ଚନ୍ଦ୍ରବାବୁ ନାଇଡୁ ସକାଳ ୧୧.୨୭ରେ ବିଜୟୱାଡାର କେସରପାଲି ଆଇଟି ପାର୍କରେ ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ ହେବ। ଏହା ପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ସହଯୋଗୀମାନେ ଚନ୍ଦ୍ରବାବୁ ନାଇଡୁଙ୍କୁ ସେମାନଙ୍କର ବିଧାୟକ ଦଳ ନେତା ଭାବରେ ମନୋନୀତ କରିଛନ୍ତି।

ବର୍ତ୍ତମାନ ଟିଡିପି, ଭାଜପା ଓ ଜନସେନାର ନେତାମାନେ ରାଜ୍ୟପାଳ ଏସ ଅବଦୁଲ ନାଜିରଙ୍କୁ ଭେଟିବେ ଏବଂ ସରକାର ଗଠନ ପାଇଁ ସୁପାରିଶ କରିବେ।

ଚନ୍ଦ୍ରବାବୁ ନାଇଡୁଙ୍କ ସହ ଆଉ କିଛି ନେତା ଶପଥ ଗ୍ରହଣ କରିବାର ସମ୍ଭାବନା ରହିଛି। ଏଥିମଧ୍ୟରେ ଟିଡିପି ସାଧାରଣ ସମ୍ପାଦକ ତଥା ନାଇଡୁଙ୍କ ପୁଅ ନାରା ଲୋକେଶ ଏବଂ ଜନସେନା ନେତା ଏନ ମନୋହର ମଧ୍ୟ ରହିପାରନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗଦେବେ ବୋଲି ଆଶା କରାଯାଉଛି।

ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୧୯୯୫ରେ ନାଇଡୁ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନାଇଡୁ ଦୁଇଥର ସଂଯୁକ୍ତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ କ୍ରମାଗତ ୯ ବର୍ଷ ପରେ ୨୦୦୪ରେ ସମାପ୍ତ ହୋଇଥିଲା । ଆନ୍ଧ୍ରପ୍ରଦେଶର ବିଭାଜନ ପରେ ନାଇଡୁ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୨୦୧୪ରେ ବିଭାଜିତ ଆନ୍ଧ୍ରପ୍ରଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୨୦୧୯ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା।

୨୦୧୯ରେ ନିର୍ବାଚନ ହାରିବା ପରେ ଚନ୍ଦ୍ରବାବୁ ନାଇଡୁ ୨୦୧୪ ପର୍ଯ୍ୟନ୍ତ ବିରୋଧୀ ଦଳ ନେତା ରହିଥିଲେ। ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ପରେ ପୁଣି ଥରେ ସେ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ଟିଡିପି, ଭାଜପା ଏବଂ ଜନସେନାଙ୍କୁ ନେଇ ଗଠିତ ଏନଡିଏ ଲୋକ ସଭାରେ ୨୧ଟି ଏବଂ ବିଧାନସଭାରେ ୧୬୪ଟି ଆସନ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri