Posted inଜାତୀୟ

ଆଜି ଶପଥ ନେବେ ଚନ୍ଦ୍ରାବାବୁ

ବିଜୟଓ୍ବାଡ଼ା,୧୨ା୬: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କୁ ମଙ୍ଗଳବାର ଏନ୍‌ଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନିର୍ବାଚିତ କରାଯାଇଛି। ସେ ବୁଧବାର ବିଭାଜିତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ପାଇଁ ଶପଥ ଗ୍ରହଣ କରିବେ। ଏହି ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ଏନ୍‌ଡିଏ ନେତାମାନେ ଉପସ୍ଥିତ ରହିବେ।
ଜନସେନା ପାର୍ଟି ବିଧାୟକ ଦଳ ନେତା ପଓ୍ବନ କଳ୍ୟାଣ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଚନ୍ଦ୍ରାବାବୁଙ୍କ ନାଁ ପ୍ରସ୍ତାବ ରଖିଥିବାବେଳେ ଭାଜପା ରାଜ୍ୟ ସଭାପତି ଡି. ପୁରନ୍ଦେଶ୍ୱରୀ ଏହାକୁ ସମର୍ଥନ ଜଣାଇଥିଲେ। ଏନ୍‌ଡିଏର ମେଣ୍ଟର ନବନିର୍ବାଚିତ ବିଧାୟକମାନେ ଏହାକୁ କରତାଳି ଦେଇ ସ୍ବାଗତ କରିଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ଚନ୍ଦ୍ରାବାବୁ କହିଛନ୍ତି, ୧୭୫ ଆସନ ବିଶିଷ୍ଟ ଆନ୍ଧ୍ର ବିଧାନସଭାରେ ଏନ୍‌ଡିଏ ୧୬୪ ଆସନରେ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଛି। ରାଜ୍ୟବାସୀ ମେଣ୍ଟ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ସରକାର ଆମକୁ ସବୁପ୍ରକାର ସମର୍ଥନ କରିବା ଆବଶ୍ୟକ। ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ନିବେଦନ କରିଥିଲେ। ସେମାନେ ଯଥାସମ୍ଭବ ସମର୍ଥନ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ୪ ଦଶନ୍ଧିର ରାଜନୈତିକ କ୍ୟାରିୟରରେ ଚନ୍ଦ୍ରାବାବୁ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଅମରାବତୀ ଆନ୍ଧ୍ରର ରାଜଧାନୀ ହେବ ବୋଲି ଏହି ଅବସରରେ ସେ କହିଛନ୍ତି।
ଏହା ପୂର୍ବରୁ ମଙ୍ଗଳାଗିରିସ୍ଥିତ ଜନସେନା ପାର୍ଟି କାର୍ଯ୍ୟାଳୟରେ ପଓ୍ବନ କଲ୍ୟାଣଙ୍କୁ ଦଳର ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ସେହିପରି ଭାଜପା ରାଜ୍ୟ ସଭାପତି ପୁରନ୍ଦେଶ୍ୱରୀ ମଧ୍ୟ ଦଳୀୟ ବିଧାୟକମାନଙ୍କ ବୈଠକ କରି ବିଧାୟକ ଦଳ ନେତା ପାଇଁ ହାଇକମାଣ୍ଡଙ୍କ ନିଷ୍ପତ୍ତି ପାଳନ କରିବାକୁ କହିଥିଲେ। ଗତ ବିଧାନସଭା ନିର୍ବାଚନରେ ଟିଡିପି ୧୩୫ ଆସନ ଜିତିଥିବାବେଳେ ସହଯୋଗୀ ଦଳ ଜେଏସ୍‌ପି ୨୧ ଏବଂ ଭାଜପା ୮ ଆସନରେ ବିଜୟୀ ହୋଇଥିଲା। ସେହିପରି ଲୋକ ସଭା ନିର୍ବାଚନରେ ଆନ୍ଧ୍ରର ୨୫ ଆସନରୁ ଏନ୍‌ଡିଏକୁ ୨୧ ଆସନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?