ମାଘସପ୍ତମୀ ନୀତିନିର୍ଘଣ୍ଟ: ଭୋର ୪ଟା ୪୧ରୁ ବୁଡ଼ ପକାଇବେ ଶ୍ରଦ୍ଧାଳୁ

କୋଣାର୍କ,୧୬ା୧(ଜ୍ୟୋତିରାଜ ମହାନ୍ତି): କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ଼ ନିମନ୍ତେ ଦ୍ବିତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଆସନ୍ତା ୨୪ ତାରିଖ ୬ଷ୍ଠୀ ରାତିରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ତ୍ରିଶମ୍ଭୁଙ୍କ ମହାସ୍ନାନ ଅନୁଷ୍ଠିତ ହେବା ପରେ ୨୫ ତାରିଖ ପ୍ରତ୍ୟୁଷରୁ ପବିତ୍ର ମାଘସପ୍ତମୀ ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ଚନ୍ଦ୍ରଭାଗାଠାରେ ବାରୁଣୀ ବୁଡ଼ ପକାଇବେ। ମାଧିପୁର ଗ୍ରାମର ତ୍ରିବେଣୀଶ୍ବର, କୁରୁଜଙ୍ଗ ଗ୍ରାମର ଦକ୍ଷିଣେଶ୍ବର ଓ ସନ୍ଥପୁର ଗ୍ରାମର ଐଶାନେଶ୍ୱର ମହାଦେବ ନିଜ ନିଜ ପୀଠରୁ ବାହାରି ୮ଟା ୧୦ରେ ବିମାନରେ ବିଜେ କରିବେ।

ବ୍ୟାପକ ସାଜସଜ୍ଜା ଓ ଆଲୋକ ବ୍ୟବସ୍ଥା ମାଧ୍ୟମରେ ୬ଷ୍ଠୀ ରାତି ୧୧ଟାରେ କୋଣାର୍କ ଏନ୍‌ଏସି ଭୋଗ ମଣ୍ଡପରେ ପହଞ୍ଚିବା ପରେ ରାତି ୧୨ଟାରୁ ୧ଟା ପର୍ଯ୍ୟନ୍ତ ତ୍ରିଶମ୍ଭୁଙ୍କ ଭୋଗ ଲାଗି କରାଯିବ। ପରେ ତ୍ରିଶମ୍ଭୁ ଶୋଭାଯାତ୍ରାରେ ଯାଇ କୋଣାର୍କ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଓ କୋଣାର୍କ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟଠାରେ ଭୋଗ ଲାଗି ହୋଇସାରି ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

ତୀର୍ଥ ପୁଷ୍କରିଣୀ ସ୍ନାନମଣ୍ଡପରେ ଠାକୁରଙ୍କ ସ୍ନାନ କାର୍ଯ୍ୟ ସମ୍ପାଦନ ହେବ। ମାଘସପ୍ତମୀ ଭୋର ୪ଟା ୪୧ରେ ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବେ ବୋଲି ସମନ୍ବୟ ବୈଠକରେ ନିଷ୍ପତ୍ତି ହୋଇଛି।

ନିରବଚ୍ଛିନ୍ନ ପାନୀୟ ଜଳଯୋଗାଣ ନିମନ୍ତେ ଓ୍ବାଟ୍‌କୋ ପକ୍ଷରୁ ୬୦ଟି ଅସ୍ଥାୟୀ ନଳକୂପ ଖନନ, ୭ଟି ଅସ୍ଥାୟୀ ପାଇଖାନା ଓ ୪ଟି ଟ୍ୟାଙ୍କର ନିୟୋଜିତ କରାଯିବ। କୋଣାର୍କ ଏନ୍‌ଏସି ପକ୍ଷରୁ ପରିମଳ ଓ ସଫେଇ ବ୍ୟବସ୍ଥା, କୋଣାର୍କ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୧୨୦ଟି ଉନ୍ନତମାନର ପାଇଖାନା ନିର୍ମାଣ ହେବ।

କରାଯିବ ଡ୍ରେନେଜ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଖନନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଣାର୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମାଘ ୬ଷ୍ଠୀଠାରୁ ମାଘସପ୍ତମୀ ଭୋର ସମୟ ପର୍ଯ୍ୟନ୍ତ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ପ୍ରଦାନ ସହ ୪ଟି ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ ୪ଟି ଆମ୍ବୁଲାନ୍ସ ମୁତୟନ କରାଯିବ। ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ହଜିଲା ଖୋଜିଲା ମଞ୍ଚ ସହ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।

ବୈଠକରେ ଏସ୍‌ପି ପ୍ରତୀକ ସିଂ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଶରତ ଚନ୍ଦ୍ର ମହାପାତ୍ର, କୋଣାର୍କ ଏନ୍‌ଏସି ଅଧ୍ୟକ୍ଷା ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉପସଚିବ ସନ୍ତୋଷ କୁମାର ସେଠୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ କୁମାର ବେହେରା ଯୋଗଦେଇଥିଲେ। ସେହିପରି ଉପଜିଲାପାଳ ରାଜକିଶୋର ଜେନା, ଅତିରିକ୍ତ ଏସ୍‌ପି ସଚିନ ପଟେଲ, ନିମାପଡ଼ା ଏସ୍‌ଡିପିଓ ଜନାର୍ଦ୍ଦନ ପାଢ଼ୀ, କୋଣାର୍କ ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ଜେନା, ଗୋପ ତହସିଲଦାର ସୂର୍ଯ୍ୟଶଙ୍କର ଦାଶ, କାକଟପୁର ବିଡିଓ ନାରାୟଣ ଦୀକ୍ଷିତ, ଗୋପ ବିଡିଓ ଛବିରାଣୀ ସାହୁ, କାକଟପୁର ତହସିଲଦାର ଅଙ୍କିତା ଅନିନ୍ଦିତା ଏବଂ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଦ୍ବିବେଦୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri