ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ ସାହୁ ଉଭୟ ବିଦ୍ୟାଳୟର ଯୁଗ୍ମ ଟପ୍ପର ଆଖ୍ୟା ଅର୍ଜନ କରିଛନ୍ତି।  ପାସ୍ ହାର ଶତ ପ୍ରତିଶତ ରହିଥିବା ବେଳେ ଉଭୟ ୬ ଶହ ମାର୍କରୁ ସମାନ ସଂଖ୍ୟକ ୫୫୬ ମାର୍କ ହାସଲ କରିଛନ୍ତି। ସେହିପରି କଳା ବିଭାଗରେ ୫୫୯ ମାର୍କ ରଖି ଛାତ୍ରୀ ଚିନ୍ମୟୀ ସ୍ୱାଇଁ କଲେଜ ଟପ୍ପର ହୋଇଥିବା ଜଣାପଡିଛି ।

ଚଳିତ ବର୍ଷ  ବିଜ୍ଞାନ ବିଭାଗର ୨୬୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୮୮ ଜଣ ପ୍ରଥମ , ୪୧ ଜଣ ଦ୍ବିତୀୟ , ୬ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି କଳା ବିଭାଗରେ ୨୭୫ ଜଣ  ଛାତ୍ରୀ ଛାତ୍ର ପରୀକ୍ଷା ଦେଇଥିବା ବେଳେ  ପ୍ରଥମ ଶ୍ରେଣୀରେ ୧୦୩ , ଦ୍ବିତୀୟ ଶ୍ରେଣୀରେ ୭୩  ଏବଂ ତୃତୀୟ ଶ୍ରେଣୀରେ ୫୧ ଛାତ୍ରୀ ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି ।  ଛାତ୍ରୀଛାତ୍ରଙ୍କ ଏଭଳି ଅପୂର୍ବ ସଫଳତା ପାଇଁ  ଅଧ୍ୟକ୍ଷ ଡ଼. ଅସିତ କୁମାର ଷଡଙ୍ଗୀଙ୍କ ସମେତ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ ପ୍ରଗତି ଏକାଡେମୀ ଓ ସାଇ ଟ୍ୟୁଟରିଆଲ କର୍ତ୍ତୃପକ୍ଷ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

ସେହିପରି ସାନଖେମୁଣ୍ଡି ବ୍ଲକ ପାଟପୁର  ସ୍ଥିତ ବିଶ୍ୱାସରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଯୁକ୍ତ ୨ ବିଜ୍ଞାନ ଛାତ୍ର ଅମିତ ନାହାକ  ଚଳିତ ବର୍ଷ ପରୀକ୍ଷାରେ ସର୍ବୋଚ୍ଚ ୪୮୩ ନମ୍ବର ହାସଲ କରି ପାଟପୁର ଟପ୍ପର ହୋଇଥିବା ଜଣାପଡିଛି। ସେହିଭଳି ଯୁକ୍ତ ୨ କଳା ବିଭାଗ ଛାତ୍ରୀ ଶ୍ରାବଣୀ ରାଉତ ୫୨୯ ମାର୍କ ହାସଲ କରି ପାଟପୁର ଟପ୍ପର ହୋଇଛନ୍ତି।  ପାଟପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତବର୍ଷ ବିଜ୍ଞାନ ଶ୍ରେଣୀ ରେ ୮୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୬ ଛାତ୍ରୀଛାତ୍ର ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ଵିତୀୟ ଶ୍ରେଣୀ ରେ ୧୪ ଏବଂ ୨୪ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ  ୨୭ ଛାତ୍ରୀଛାତ୍ର ଫେଲ ହୋଇଛନ୍ତି। ସେହିପରି ଯୁକ୍ତ ୨ କଳାରେ ୨୨୭ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୁରଣ କରିଥିବା ବେଳେ ୨୨୬ ପରୀକ୍ଷା ଦେଇଥିଲେ। ଜଣେ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ରହିଥିଲେ। ସମୁଦାୟ ୨୦୫( ୯୦.୭୦) ପ୍ରତିଶତ ଛାତ୍ରୀଛାତ୍ର ପାସ କରିଛନ୍ତି। ପ୍ରଥମ ଶ୍ରେଣୀରେ ୪୮ ଦ୍ଵିତୀୟ ଶ୍ରେଣୀରେ ୫୪ ଏବଂ ତୃତୀୟ ଶ୍ରେଣୀରେ ୧୦୩ ଛାତ୍ରୀ ଛାତ୍ର ପାସ କରିଥିବା ବେଳେ ୨୧ ଫେଲ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?