ଚନ୍ଦ୍ରଶେଖରନ୍‌ ଟାଟା ସନ୍ସ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପୁନଃ ନିଯୁକ୍ତ

ନୂଆଦିଲ୍ଲୀ,୧୨ା୨(ପି.ଟି.): ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କୁ ଟାଟା ସନ୍ସ ଏହାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଆଉ ୫ ବର୍ଷ ଲାଗି ପୁନଃ ନିଯୁକ୍ତ କରିଛି। ବୋର୍ଡ ସଦସ୍ୟମାନେ ଚନ୍ଦ୍ରଶେଖରନ୍‌ଙ୍କ ପ୍ରଦର୍ଶନକୁ ଉଚ୍ଚ ପ୍ରଶଂସା କରିବା ସହ ପରବର୍ତ୍ତୀ ୫ ବର୍ଷ ଲାଗି ତାଙ୍କର ପୁନଃ ନିଯୁକ୍ତିକୁ ସର୍ବସମ୍ମତିକ୍ରମେ ଅନୁମୋଦନ କରିଥିଲେ ବୋଲି ଟାଟା ସନ୍ସ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି। ବୈଠକରେ ସ୍ବତନ୍ତ୍ର ନିମନ୍ତ୍ରିତ ଭାବେ ଯୋଗଦେଇଥିବା ରତନ ଟାଟା କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଚନ୍ଦ୍ରଶେଖରନ୍‌ଙ୍କ ନେତୃତ୍ୱରେ ଟାଟା ଗ୍ରୁପ୍‌ର ପ୍ରଗତି ଓ ପ୍ରଦର୍ଶନକୁ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ତାଙ୍କର ପୁନଃ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଗତ ୫ ବର୍ଷ ହେଲା ଟାଟା ଗ୍ରୁପ୍‌ର ନେତୃତ୍ୱ ନେବାର ସୌଭାଗ୍ୟ ପାଇଥିଲି। ଏବେ ପୁଣି ୫ ବର୍ଷ ପାଇଁ ନେତୃତ୍ୱ ନେବାର ସୁଯୋଗ ପାଇଥିବାରୁ ବହୁତ ଖୁସି ବୋଲି ଚନ୍ଦ୍ରଶେଖରନ୍‌ କହିଛନ୍ତି। ୨୦୧୬ ଅକ୍ଟୋବରରେ ଚନ୍ଦ୍ରଶେଖରନ୍‌ ଟାଟା ସନ୍ସ ବୋର୍ଡରେ ଯୋଗଦେଇଥିଲେ ଏବଂ ୨୦୧୭ ଜାନୁୟାରୀରେ ଏହାର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୨୧ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା ଆର୍ଥିକ ବର୍ଷରେ ଟାଟା ସନ୍ସର ମୋଟ ରାଜସ୍ବ ପରିମାଣ ୧୦୩ ବିଲିୟନ ଡଲାର (୭.୭ ଲକ୍ଷ କୋଟି ଟଙ୍କା)।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri