ଗାଳ୍ପିକ ଚନ୍ଦ୍ରଶେଖରଙ୍କ ପରଲୋକ

ଭୁବନେଶ୍ୱର, ୧୭।୫ (ବ୍ୟୁରୋ): ସାହିତି୍ୟକ, ଅନୁବାଦକ ଓ ଗାଳ୍ପିକ ଚନ୍ଦ୍ରଶେଖର ଦାସବର୍ମାଙ୍କ ପରଲୋକ ହୋଇଛି। ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ, ପୁଅ, ବୋହୂ, ନାତୁଣୀ, ପୁତୁରା, କଥାଶିଳ୍ପୀ ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଚନ୍ଦ୍ରଶେଖର ଓଡ଼ିଆ ସାହିତ୍ୟରେ ଜଣେ ନିରଳସ ସାହିତ୍ୟ ସାଧକ ଥିଲେ। ତାଙ୍କର ରନାଗୁଡିକ ମଧ୍ୟରେ ‘ଅନ୍ୟ ମଣିଷ’, ‘ସମ୍ପର୍କ’, ‘ଅନ୍ବେଷଣ’, ‘ମେଘୁଆ ଆକାଶ’, ‘ପାଷାଣୀ କନ୍ୟା’, ‘ଇନ୍ଦ୍ରଧନୁ’, ‘ସ୍ବପ୍ନର ସହର’ ଆଦି ଗଳ୍ପ ଏବଂ ‘ଗୋଟିଏ ଗଧର ଆତ୍ମକଥା’ (ଅନୁବାଦ) ପ୍ରମୁଖ ରହିଛି। ତାଙ୍କ ବିୟୋଗ ସାରସ୍ବତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୁହାଯାଇଛି। ୧୯୪୫ ମାର୍ଚ୍ଚ ୧ରେ କଟକର ଥୋରିଆ ସାହିରେ ଜନ୍ମଗ୍ରହଣ କରିଥିବା ଦାସବର୍ମା ଓଡ଼ିଶା ସାହିତ୍ୟ ଏକାଡେମୀର ୨୦୦୪ରୁ ୨୦୦୬ ପର୍ଯ୍ୟନ୍ତ ସମ୍ପାଦକ, ୨୦୦୮ରୁ ୨୦୧୦ ପର୍ଯ୍ୟନ୍ତ ଉପସଭାପତି ଭାବେ ଦାୟିତ୍ୱ ତୁଲାଇଥିଲେ। ସାହିତ୍ୟ ଏକାଡେମୀ ପରିସରରେ ସ୍ବର୍ଗତ ଦାସବର୍ମାଙ୍କ ସ୍ମୃତିରେ ଏକ ଶୋକସଭା ଆୟୋଜନ କରାଯାଇଥିଲା। ଏଥିରେ ଏକାଡେମୀର ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ସଚିବ ପ୍ରବୋଧ କୁମାର ରାଉତ ଓ ଏକାଡେମୀର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri