Posted inଜାତୀୟ

ଯୋଗୀଙ୍କ ସହ ଲଢ଼ିବେ ଚନ୍ଦ୍ରଶେଖର…

ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ଗୋରଖପୁର ଆସନରେ ଆଜାଦ୍‌ ସମାଜ ପାର୍ଟି ପ୍ରମୁଖ ଚନ୍ଦ୍ରଶେଖର ଅଜାଦ୍‌ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହା ପୂର୍ବରୁ ନୋଏଡାଠାରେ ଜାନୁୟାରୀ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲଢ଼ିବା ନେଇ ଚନ୍ଦ୍ରଶେଖର ସୂଚନା ଦେଇଥିଲେ।

ଚନ୍ଦ୍ରଶେଖର ସମାଜବାଦୀ ପାର୍ଟି ସହିତ ମେଣ୍ଟରେ ବିଧାନସଭା ନିର୍ବାଚନ ଲଢ଼ିବାକୁ ଯୋଜନା କରିଥିଲେ। ତେବେ ଅଖିଳେଶ ଯାଦବଙ୍କ ସହିତ ଆସନ ବୁଝାମଣା ନେଇ ତାଙ୍କର ଭାଗବଣ୍ଟା ଛିଣ୍ଡି ନ ଥିଲା। ତେଣୁ ତାଙ୍କ ଦଳ ଏକୁଟିଆ ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ଗ୍ରହଣ କରିଛି।

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଚନ୍ଦ୍ରଶେଖର ତାଙ୍କ ପ୍ରାର୍ଥୀଙ୍କୁ କିଛି ନେତାଙ୍କ ସହିିତ ପ୍ରତିଦ୍ୱନ୍ଦ୍ୱିତା କରାଇବେ ନାହିଁ। ସେଥିମଧ୍ୟରେ ପ୍ରଗତିଶୀଳ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶିବପାଲ ସିଂ ଯାଦବ, ସୁହେଲଦେବ ଭାରତୀୟ ସମାଜ ପାର୍ଟିର ମୁଖ୍ୟ ଓମ ପ୍ରକାଶ ରାଜଭର ଏବଂ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ନାମ ରହିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଚନ୍ଦ୍ରଶେଖର ପ୍ରାର୍ଥୀ ମଧ୍ୟ ଠିଆ କରାଇବେ ନାହିଁ।

ଆଜାଦ୍‌ ସମାଜ ପାର୍ଟି ରାଜ୍ୟର ୩୩ଟି ଆସନରେ ବିଧାନସଭା ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଥିବା ସମ୍ପର୍କରେ ଚନ୍ଦ୍ରଶେଖର ୨ ଦିନ ତଳେ ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri