Posted inଖେଳ

ଚନ୍ଦ୍ରଶେଖରପୁର ୟୁଥ୍‌ ବିଜୟୀ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଚନ୍ଦ୍ରଶେଖରପୁର ୟୁଥ୍‌ ଆସୋସିଏଶନ ବିଜୟୀ ହୋଇଛି। ଜୟ ପଟ୍ଟନାୟକଙ୍କ ଗୋଲ ବଳରେ ୟୁଥ୍‌ ଆସୋସିଏଶନ ୧-୦ରେ ମଦର୍ସ ଫୁଟବଲ କ୍ଲବକୁ ପରାସ୍ତ କରିଛି। ମ୍ୟାଚର ୪ର୍ଥ ମିନିଟରେ ବିଜୟୀ ଦଳ ପକ୍ଷରୁ ଜୟ ପଟ୍ଟନାୟକ ଦେଇଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା।

ମଦର୍ସ ବହୁ ଚେଷ୍ଟା କରିଥିଲେ ମଧ୍ୟ ଗୋଲଟି ପରିଶୋଧ କରିପାରି ନ ଥିଲା। ଆୟୋଜକ ଆସୋସିଏଶନର ଫୁଟବଲ ସମ୍ପାଦକ ଦିଲୀପ ଦାସ ଉପସ୍ଥିତ ରହି ଜୟ ପଟ୍ଟନାୟକଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚ ପରିଚାଳନା କରିଥିଲେ ସକାଓ୍ବତ ଖାଁ। ତାଙ୍କୁ ଲାଇନ୍‌ରେ ସହାୟତା କରିଥିଲେ ବିଜୟ କୁମାର ମଙ୍ଗରାଜ ଓ ସାଫିକ୍ୱିଲ୍‌ ଖାଁ, ଚତୁର୍ଥ ରେଫରି ଥିଲେ ଶିବ ଦେହୁରୀ। ଏହି ମ୍ୟାଚ ପରେ ଗ୍ରୁପ୍‌ ‘ବି’ରେ ଚନ୍ଦ୍ରଶେଖରପୁର ଆସୋସିଏଶନ ଓ କଳିଙ୍ଗ ସ୍ପୋର୍ଟିଂ ୩ ପଏଣ୍ଟ ଲେଖାଏ ପାଇଛନ୍ତି। ୟୁନାଇଟେଡ ୟୁଥ୍‌ ସ୍ପୋଟର୍‌ସ କ୍ଲବ ୨ ପଏଣ୍ଟ ପାଇଛି। ଗୁରୁବାର ଝାରପଡ଼ା ଫୁଟବଲ କ୍ଲବ ଓ କିଟ୍‌ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri