Posted inଜାତୀୟ

ଅଗଷ୍ଟ ୨୩ରେ ବାଧା ଉପୁଜିଲେ ଅଗଷ୍ଟ ୨୭ରେ ସଫ୍ଟ ଲ୍ୟାଣ୍ଡିଂ କରାଯିବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୨୨।୪: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟ୍‌ ସମୟରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଲକ୍ଷ୍ୟ ରଖାଯାଇଛି। ତେବେ ସେଦିନର ସ୍ଥିତି ଯଦି ଅନୁକୂଳ ନ ରହେ ତେବେ ଏହାକୁ ୨୭ ତାରିଖରେ ସାନି ସଫ୍ଟ ଲ୍ୟାଣ୍ଡିଂ କରାଇବା ଲାଗି ଉଦ୍ୟମ ହେବ ବୋଲି ଇସ୍ରୋର ବରିଷ୍ଠ ବୈଜ୍ଞାନିକ ସୂଚନା ଦେଇଛନ୍ତି। ୨୩ ତାରିଖ ଲ୍ୟାଣ୍ଡିଂର ୨ ଘଣ୍ଟା ପୂର୍ବରୁ ଲ୍ୟାଣ୍ଡର୍‌ ମଡ୍ୟୁଲ ନିମନ୍ତେ ଏହା ଉପଯୁକ୍ତ ସମୟ କି ନୁହେଁ ଏବଂ ଚନ୍ଦ୍ରର ସ୍ଥିତିକୁ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ। ଯଦି କୌଣସି କାରଣରୁ ଏହା ଅନୁକୂଳ ନୁହେଁ ବୋଲି ଜଣାପଡ଼େ ତେବେ ୨୭ ତାରିଖରେ ଲ୍ୟାଣ୍ଡିଂ କରାଯିବ ବୋଲି ଇସ୍ରୋର ସ୍ପେସ୍‌ ଆପ୍ଲିକେଶନ୍ସ ସେଣ୍ଟର ନିର୍ଦ୍ଦେଶକ ନିଲେଶ ଏମ୍‌. ଦେଶାଇ କହିଛନ୍ତି।
ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ସଫ୍ଟ ଲ୍ୟାଣ୍ଡିଂ କରିବାକୁ ଆଉ ଗୋଟିଏ ଦିନ ବାକି ଥିବାବେଳେ ଏହା ଚନ୍ଦ୍ରୟାନ-୨ର ଅର୍ବିଟର ସହ ଯୋଗାଯୋଗ ସ୍ଥାପନ କରିବାରେ ସକ୍ଷମ ହୋଇଛି। ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ମଡ୍ୟୁଲକୁ ସ୍ବାଗତ କରି ‘ଓ୍ବେଲ୍‌କମ୍‌ ବୁଡ୍ଡି!’ ବାର୍ତ୍ତା ପଠାଇଥିବା ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୯ରେ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ସଫ୍ଟ ଲ୍ୟାଣ୍ଡିଂ କରିବାରେ ବିଫଳ ହୋଇ ଖସିପଡ଼ିଥିଲେ ମଧ୍ୟ ଏହାର ରୋଭର ଏବେ ମଧ୍ୟ ଚନ୍ଦ୍ରଠାରୁ ୧୦୦ କିଲୋମିଟର ଦୂର କକ୍ଷପଥରେ ରହି ଏହାକୁ ପ୍ରଦକ୍ଷିଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?