Posted inଜାତୀୟ

ଚନ୍ଦ୍ରୟାନ-୩ର ଚତୁର୍ଥ କକ୍ଷ ଉତ୍ଥାନ ସଫଳ

ବେଙ୍ଗାଲୁରୁ, ୨୧ା୭:ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଗୁରୁବାର ଚନ୍ଦ୍ରୟାନ-୩ର ଚତୁର୍ଥ କକ୍ଷ ଉତ୍ଥାନ ସଫଳତାର ସହ ସମ୍ପନ୍ନ କରିଛି। ଇସ୍ରୋ ଟେଲିମେଟ୍ରି, ଟ୍ରାକିଂ ଆଣ୍ଡ୍‌ କମାଣ୍ଡ ନେଟ୍‌ଓ୍ବର୍କ (ଆଇଏସ୍‌ଟିଆର୍‌ଏସି)ରୁ ଏହା ସମ୍ପନ୍ନ ହୋଇଥିଲା। ଫଳରେ ପୃଥିବୀଠାରୁ ଚନ୍ଦ୍ରୟାନର ସର୍ବନିମ୍ନ ଦୂରତା ୨୩୩ କିଲୋମିଟର ଥିବାବେଳେ ସର୍ବାଧିକ ଦୂରତା ୭୧,୩୫୧ କିଲୋମିଟରକୁ ବୃଦ୍ଧି ପାଇଛି।
ଗତ ଶୁକ୍ରବାର ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏଲ୍‌ଭିଏମ୍‌-୩ ରକେଟ ସହାୟତାରେ ଚନ୍ଦ୍ରୟାନ-୩କୁ ପ୍ରେରଣ କରାଯାଇଥିଲା। ଏହାର ପରବର୍ତ୍ତୀ କକ୍ଷ ଉତ୍ଥାନ ଆସନ୍ତା ୨୫ ତାରିଖ ଅପରାହ୍ନ ୨ରୁ ୩ଟା ମଧ୍ୟରେ ହେବ। ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ପୃଥିବୀ କୈନ୍ଦ୍ରିକ ପଇଁତରା ପରେ ଅଗଷ୍ଟ ୧ରେ ଏହା ଚନ୍ଦ୍ର କକ୍ଷରେ ପ୍ରବେଶ କରିବ। ଅଗଷ୍ଟ ୨୩ ଅପରାହ୍ନ ୫ଟା ୪୭ରେ ଏହାର ଲ୍ୟାଣ୍ଡର ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri