Posted inରାଜ୍ୟ

ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପରିବର୍ତ୍ତନ

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ନିର୍ବାଚନ ପାଇଁ ପଡୁଛି ଉଠୁଛି ପଶ୍ଚିମବଙ୍ଗ ରାଜନୀତି। ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ସରଗରମ ହୋଇଉଠିଛି ପ୍ରଚାର ମଇଦାନ। ଏହିକ୍ରମରେ ୩ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନନ୍ଦିଗ୍ରାମ ଏବଂ ହଳଦିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଚାର ଆରମ୍ଭ କରିଛନ୍ତି। ନନ୍ଦିଗ୍ରାମରୁ ଭାଜପା ପ୍ରାର୍ଥୀ ହୋଇଥିବା ଶୁଭେନ୍ଦୁ ଅଧିକାରୀଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଆୟୋଜିତ ବିଶାଳ ଶୋଭାଯାତ୍ରାରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ପଶ୍ଚିମବଙ୍ଗରେ ପରିବର୍ତ୍ତନ ଯାତ୍ରା ଆରମ୍ଭ ହୋଇଛି। ଦେଶବାସୀ ଚାହୁଁଛନ୍ତି ଏହି ପରିବର୍ତ୍ତନ ହଳଦିଆ, ନନ୍ଦିଗ୍ରାମ ଏବଂ ପୂର୍ବ ମେଦିନାପୁରରୁ ଆରମ୍ଭ ହେଉ। ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ସମେତ ବହୁ ତୁଙ୍ଗନେତା ଉପସ୍ଥିତ ଥିଲେ।

ନନ୍ଦିଗ୍ରାମ ଆସନର ଦଳୀୟ ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ ଏବଂ ହଳଦିଆ ଆସନରୁ ନିର୍ବାଚନ ଲଢୁଥିବା ତାପସୀ ମଣ୍ଡଳଙ୍କ ପାଇଁ ଆୟୋଜିତ ଏକ ବିଶାଳ ଜନସଭାକୁ ସମ୍ବୋଧନ କରି ଧର୍ମେନ୍ଦ୍ର କହିଛନ୍ତି, ୯୧ବର୍ଷ ପୂର୍ବେ ମାର୍ଚ୍ଚ ୧୨ରେ ମହାତ୍ମା ଗାନ୍ଧୀ ବ୍ରିଟିଶ ଶାସନ ବିରୋଧରେ ସାବରମତୀ ଆଶ୍ରମରୁ ଦାଣ୍ଡି ପର୍ଯ୍ୟନ୍ତ ଲବଣ ସତ୍ୟାଗ୍ରହ କରିଥିଲେ। ଏହି ଐତିହାସିକ ଦିନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ମହୋତ୍ସବର ଶୁଭାରମ୍ଭ କରିଛନ୍ତି। ପଶ୍ଚିମବଙ୍ଗରେ ପରିବର୍ତ୍ତନର ଯାତ୍ରା ଆରମ୍ଭ ହୋଇଛି। ମୋଦି ସରକାର ଆୟୁଷ୍ମାନ ଭାରତ ଯୋଜନାର ଲାଭ ପଶ୍ଚିମବଙ୍ଗବାସୀ ପାଇପାରୁନାହାନ୍ତି। ମମତା ଦିଦି ଚାଷୀଙ୍କୁ କେନ୍ଦ୍ରୀୟ ଜନକଲ୍ୟାଣ ଯୋଜନାରୁ ବଞ୍ଚତ୍ତ କରି ରଖିଛନ୍ତି। ହଳଦିଆରେ ରୋଜଗାର ସମ୍ଭାବନା ଥିଲେ ବି ସୁଫଳ ମିଳୁନାହିଁ। ଏଠାକାର ଜନସାଧାରଣ ଭୟ, ଭ୍ରଷ୍ଟାଚାର, କୁଶାସନ, ଗୁଣ୍ଡାଗର୍ଦ୍ଦି ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ପାଇଁ ମନସ୍ଥିର କରି ସାରିଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri