Posted inରାଜ୍ୟ

ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପରିବର୍ତ୍ତନ

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ନିର୍ବାଚନ ପାଇଁ ପଡୁଛି ଉଠୁଛି ପଶ୍ଚିମବଙ୍ଗ ରାଜନୀତି। ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ସରଗରମ ହୋଇଉଠିଛି ପ୍ରଚାର ମଇଦାନ। ଏହିକ୍ରମରେ ୩ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନନ୍ଦିଗ୍ରାମ ଏବଂ ହଳଦିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଚାର ଆରମ୍ଭ କରିଛନ୍ତି। ନନ୍ଦିଗ୍ରାମରୁ ଭାଜପା ପ୍ରାର୍ଥୀ ହୋଇଥିବା ଶୁଭେନ୍ଦୁ ଅଧିକାରୀଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଆୟୋଜିତ ବିଶାଳ ଶୋଭାଯାତ୍ରାରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ପଶ୍ଚିମବଙ୍ଗରେ ପରିବର୍ତ୍ତନ ଯାତ୍ରା ଆରମ୍ଭ ହୋଇଛି। ଦେଶବାସୀ ଚାହୁଁଛନ୍ତି ଏହି ପରିବର୍ତ୍ତନ ହଳଦିଆ, ନନ୍ଦିଗ୍ରାମ ଏବଂ ପୂର୍ବ ମେଦିନାପୁରରୁ ଆରମ୍ଭ ହେଉ। ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ସମେତ ବହୁ ତୁଙ୍ଗନେତା ଉପସ୍ଥିତ ଥିଲେ।

ନନ୍ଦିଗ୍ରାମ ଆସନର ଦଳୀୟ ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ ଏବଂ ହଳଦିଆ ଆସନରୁ ନିର୍ବାଚନ ଲଢୁଥିବା ତାପସୀ ମଣ୍ଡଳଙ୍କ ପାଇଁ ଆୟୋଜିତ ଏକ ବିଶାଳ ଜନସଭାକୁ ସମ୍ବୋଧନ କରି ଧର୍ମେନ୍ଦ୍ର କହିଛନ୍ତି, ୯୧ବର୍ଷ ପୂର୍ବେ ମାର୍ଚ୍ଚ ୧୨ରେ ମହାତ୍ମା ଗାନ୍ଧୀ ବ୍ରିଟିଶ ଶାସନ ବିରୋଧରେ ସାବରମତୀ ଆଶ୍ରମରୁ ଦାଣ୍ଡି ପର୍ଯ୍ୟନ୍ତ ଲବଣ ସତ୍ୟାଗ୍ରହ କରିଥିଲେ। ଏହି ଐତିହାସିକ ଦିନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ମହୋତ୍ସବର ଶୁଭାରମ୍ଭ କରିଛନ୍ତି। ପଶ୍ଚିମବଙ୍ଗରେ ପରିବର୍ତ୍ତନର ଯାତ୍ରା ଆରମ୍ଭ ହୋଇଛି। ମୋଦି ସରକାର ଆୟୁଷ୍ମାନ ଭାରତ ଯୋଜନାର ଲାଭ ପଶ୍ଚିମବଙ୍ଗବାସୀ ପାଇପାରୁନାହାନ୍ତି। ମମତା ଦିଦି ଚାଷୀଙ୍କୁ କେନ୍ଦ୍ରୀୟ ଜନକଲ୍ୟାଣ ଯୋଜନାରୁ ବଞ୍ଚତ୍ତ କରି ରଖିଛନ୍ତି। ହଳଦିଆରେ ରୋଜଗାର ସମ୍ଭାବନା ଥିଲେ ବି ସୁଫଳ ମିଳୁନାହିଁ। ଏଠାକାର ଜନସାଧାରଣ ଭୟ, ଭ୍ରଷ୍ଟାଚାର, କୁଶାସନ, ଗୁଣ୍ଡାଗର୍ଦ୍ଦି ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ପାଇଁ ମନସ୍ଥିର କରି ସାରିଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri