Posted inଖେଳ

ଭାରତୀୟ ଦିନିକିଆ ଦଳରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ପୂର୍ବରୁ ଘୋଷିତ ଭାରତୀୟ ଦଳରେ କିଛି ପରିବର୍ତ୍ତନ କରାଯାଇଛି। ଏବେ ଟେଷ୍ଟ ଦଳ ସହ ରହିଥିବା ଅଫ୍‌ ସ୍ପିନର ଜୟନ୍ତ ଯାଦବ ଏବଂ ପେସର ନବଦୀପ ସଇନିଙ୍କୁ ଦିନିକିଆ ଦଳରେ ସାମିଲ କରାଯାଇଥିବା ସୂଚନା ଦେଇଛି ବିସିସିଆଇ।

ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଣୁ ସେ ସିରିଜ୍‌ ଲାଗି ଉପଲବ୍ଧ ହୋଇପାରିବେ ନାହିଁ। ତାଙ୍କ ବଦଳରେ ଜୟନ୍ତଙ୍କୁ ଦିନିକିଆ ଦଳରେ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିଭଳି ମାଂସପେଶୀ ଜନିତ ସମସ୍ୟା ସହ ସଂଘର୍ଷ କରୁଥିବା ମହମ୍ମଦ ସିରାଜଙ୍କ ବ୍ୟାକ୍‌ ଅପ୍‌ ଖେଳାଳି ଭାବେ ସାଇନିଙ୍କୁ ସୁଯୋଗ ମିଳିଛି।

୩୧ ବର୍ଷୀୟ ଜୟନ୍ତ ଏପର୍ଯ୍ୟନ୍ତ ଦେଶ ପାଇଁ ଗୋଟିଏ ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ୨୦୧୬ରେ ପଦାର୍ପଣ ପରଠାରୁ ତାଙ୍କୁ ସୁଯୋଗ ମିଳିନାହିଁ। ଗତ ଡିସେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ତାଙ୍କୁ ସୁଯୋଗ ମିଳିଥିଲା।

୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ୧୯ ଓ ୨୧ ତାରିଖରେ ପାର୍ଲଠାରେ ଖେଳାଯିବ। ଅନ୍ତିମ ତଥା ତୃତୀୟ ମ୍ୟାଚ୍‌ କେପ୍‌ ଟାଉନଠାରେ ୨୩ ତାରିଖରେ ଖେଳାଯିବାର ଅଛି।

ଦିନିକିଆ ଦଳ: ଲୋକେଶ ରାହୁଲ (ଅଧିନାୟକ), ଯଶପ୍ରୀତ ବୁମରା (ଉପ ଅଧିନାୟକ), ଶିଖର ଧାଓ୍ବନ, ରୁତୁରାଜ ଗାଏକ୍ୱାଡ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାସ ଆୟାର, ଭେଙ୍କଟଶ ଆୟାର, ରିଶଭ ପନ୍ତ, ଇଶାନ କିଷନ (ଉଇକେଟକିପର), ୟୁଜବେନ୍ଦ୍ର ଚହଲ, ରବିଚନ୍ଦ୍ରନ ଅଶ୍ୱିନ, ଭୁବନେଶ୍ୱର କୁମାର, ଦୀପକ ଚହର, ପ୍ରସିଦ୍ଧ କ୍ରିଷ୍ଣା, ଶାର୍ଦ୍ଦୁଳ ଠୁକାର, ମହମ୍ମଦ ସିରାଜ, ଜୟନ୍ତ ଯାଦବ, ନବଦୀପ ସଇନି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri