ନିର୍ଦ୍ଦେଶ ଉଲ୍ଲଂଘନ କରି ବଦଳ

ଅନୁଗୋଳ ଅଫିସ, ୨୨।୧୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରଙ୍କ ନିର୍ଦ୍ଦେଶକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯାଉ ନାହିଁ। କେତେବେଳେ ବଦଳି ନିର୍ଦ୍ଦେଶର ପାଳନ ହେଉ ନାହିଁ ତ ପୁଣି କେବେ ବଦଳି ନ କରିବାକୁ ଚିଠି ଆସିଥିବା ସତ୍ତ୍ୱେ ତାହାକୁ ଅମାନ୍ୟ କରି ବଦଳି କରାଯାଉଛି। ଅଭିଯୋଗ ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଜାନୁୟାରୀ ୨୫ ତାରିଖରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ)ଙ୍କ ନିକଟକୁ ଚିଠି (ନଂ ୨୧୮୫) ଆସିଥିଲା। ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏନ୍‌ଏଚ୍‌ଏମ୍‌ ଏବଂ ଅନ୍ୟ ସ୍କିମ୍‌ରେ ଚାକିରି କରିଥିବା କର୍ମଚାରୀମାନଙ୍କୁ ସ୍ଥାୟୀ ପାରାମେଡିକାଲ ଷ୍ଟାଫ ଭାବେ ଥଇଥାନ କରାଯିବ ବୋଲି କୁହାଯାଇଥିଲା। ଏପରି କି ସେମାନଙ୍କୁ ବଦଳି କରିବାକୁ ସରକାରଙ୍କ ପକ୍ଷରୁ ଚିଠିରେ ବାରଣ କରାଯାଇଥିଲା। ତଦନୁଯାୟୀ ଜିଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨୮ ଜଣ କର୍ମଚାରୀଙ୍କ ଚାକିରି ସ୍ଥାୟୀ ହୋଇଗଲା। ମାତ୍ର ବଦଳି ନ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ରହିଥିବା ସତ୍ତ୍ୱେ ୬ ମାସ ପର୍ଯ୍ୟନ୍ତ ଚିଠି ଚପାଇ ରଖିଥିବା କର୍ତ୍ତୃପକ୍ଷ ଜୁନ୍‌ ୪ ତାରିଖରେ ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରୁ ଚିଠି ନଂ- ୧୦୭୫ରେ ମାତ୍ର ୪/୫ଜଣଙ୍କୁ ବାଦଦେଇ ଅନ୍ୟମାନଙ୍କ ବଦଳି କରିଦେଲେ। ସିଡିଏମ୍‌ଓଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କର୍ମଚାରୀ ଏପରି ବେଆଇନ କାର୍ଯ୍ୟ କରିଥିବା କୁହାଯାଉଥିବା ବେଳେ ସରକାରୀ ନିର୍ଦ୍ଦେଶକୁ ସିଡିଏମ୍‌ଓ କିପରି ଉଲ୍ଲଂଘନ କରି ଚିଠିରେ ଦସ୍ତଖତ କଲେ ତାହା ଚର୍ଚ୍ଚାର ବିଷୟ ହୋଇଛି। ସିଡିଏମ୍‌ ତ୍ରିଲୋଚନ ପ୍ରଧାନଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ମତାମତ ମିଳିପାରି ନାହିଁ। ଏ ସମ୍ପର୍କରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଘଟଣାର ଅନୁଧ୍ୟାନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri