Posted inଜାତୀୟ

ବାବୁଙ୍କୁ ପାଳିରେ ବଦଳି କର

ନୂଆଦିଲ୍ଲୀ,୨୭ା୧୦: ଅନେକ ଅଫିସରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିବା ଅଧିକାରୀମାନଙ୍କୁ ନିୟମିତ ଚିହ୍ନଟ ଓ ବଦଳି କରାଯାଉ ନ ଥିବାରୁ ଦୁର୍ନୀତି ବଢ଼ୁଥିବା ନେଇ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମ୍ବେଦନଶୀଳ ପଦପଦବୀଗୁଡ଼ିକରେ ଥିବା ଅଧିକାରୀମାନଙ୍କୁ ନିୟମିତ ଭାବେ ଚିହ୍ନଟ କରିବା ସହ ପାଳିକରି ସେମାନଙ୍କୁ ବଦଳି କରିବା ପାଇଁ ସରକାରୀ ବ୍ୟାଙ୍କ, ସରକାରୀ ଉଦ୍ୟୋଗ ଓ କେନ୍ଦ୍ର ସରକାରଙ୍କ ଅଧୀନ ବିଭାଗଗୁଡ଼ିକୁ ସିଭିସି ପରାମର୍ଶ ଦେଇଛନ୍ତି।

ଅକ୍ଟୋବର ୨୫ରେ ଜାରି ଏକ ନିର୍ଦ୍ଦେଶନାମାରେ ସିଭିସି ଉଲ୍ଲେଖ କରିଛନ୍ତି, ମୁଖ୍ୟ ଭିଜିଲାନ୍ସ ଅଧିକାରୀ (ସିଭିଓ)ମାନେ ଦୁର୍ନୀତି ରୋକିବା ସକାଶେ ସମ୍ପୃକ୍ତ ସଂସ୍ଥାଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀ/ମ୍ୟାନେଜମେଣ୍ଟ ସହ ବିଚାରବିମର୍ଶ କରି ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିବା ଅଧିକାରୀମାନଙ୍କୁ ଚିହ୍ନଟ କରିବେ। ୩ ବର୍ଷର ବ୍ୟବଧାନରେ ଭବିଷ୍ୟତରେ ଗୁରୁତ୍ୱପୂର୍ଣ୍ଣ ପଦବୀଗୁଡ଼ିକୁ ନେଇ ସମୀକ୍ଷା ଓ ଚିହ୍ନଟ ପ୍ରକ୍ରିୟା କରାଯାଇପାରେ। ସେହିପରି ଏଭଳି ପଦବୀରେ ଥିବା ଅଧକାରୀମାନଙ୍କୁ କାର୍ମିକ ଓ ତାଲିମ ବିଭାଗ (ଡିଓପିଟି) ପକ୍ଷରୁ ନିର୍ଦ୍ଧାରିତ ସମୟରେ ବଦଳି କରିବା ନେଇ ସୁନିଶ୍ଚିତ କରାଯିବ।

ଅଧିକାରୀମାନଙ୍କୁ ପାଳିକରି ବଦଳି କରାଗଲେ ନ୍ୟସ୍ତସ୍ବାର୍ଥ କମିବା ସହ ଦୁର୍ନୀତି ହ୍ରାସ ପାଇବ ବୋଲି ଡିଓପିଟି କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସବୁ ବିଭାଗର ସଚିବ ଏବଂ ସରକାରୀ ବ୍ୟାଙ୍କ ଓ ବୀମା କମ୍ପାନୀଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀମାନଙ୍କ ନିକଟକୁ ନିର୍ଦ୍ଦେଶନାମା ପଠାଇଛି। ପରିବର୍ତ୍ତିତ ଦୃଶ୍ୟପଟ ଓ ସଂସ୍ଥାଗୁଡ଼ିକରେ ଟେକ୍ନୋଲୋଜିର ବହୁଳ ବ୍ୟବହାରକୁ ଦୃଷ୍ଟିରେ ରଖି ନିୟମିତ ବ୍ୟବଧାନରେ ଗୁରୁତ୍ୱପୂର୍ଣ୍ଣ ପଦବୀଗୁଡ଼ିକର ତାଲିକା ସମୀକ୍ଷା କରାଯିବା ଜରୁରୀ ବୋଲି ସିଭିସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri