ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବ୍ୟାପକ ସଚେତନତା ଅଭିଯାନ ସତ୍ତ୍ୱେ କେତେକ ଲୋକ ସାମାଜିକ ଦୂରତା ନିର୍ଦ୍ଦେଶାବଳୀ ପାଳନ କରୁନାହାନ୍ତି। ଯାହାଦ୍ୱାରା ଜନସାଧାରଣଙ୍କ ପ୍ରତି ବିପଦ ସୃଷ୍ଟି ହେବ। ଏହି ରୋଗକୁ ରୋକିବା ଲାଗି ନିର୍ଦ୍ଦେଶାବଳୀକୁ କଠୋରଭାବେ ପାଳନ କରିବାର ଆବଶ୍ୟକତା ରହିଛି। ତେଣୁ ଏପିଡେମିକ୍‌ ରୋଗ ଅଧିନିୟମ ୧୮୯୭ରେ ରହିଥିବା ଦଣ୍ଡ/ଜରିମାନା ପରିମାଣ ବୃଦ୍ଧି ନେଇ ଆବଶ୍ୟକତା ଥିବା ସରକାର ବିଚାର କରିଛନ୍ତି। ଦଣ୍ଡ ବୃଦ୍ଧି ନେଇ କ୍ୟାବିନେଟରେ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ନିୟମ ଉଲ୍ଲଂଘନ କ୍ଷେତ୍ରରେ ଏଥର ୨ ବର୍ଷ କାରାଦଣ୍ଡ କିମ୍ବା ୧ ଲକ୍ଷ ଟଙ୍କା ପର୍ଯନ୍ତ ଜରିମାନା ଆଦାୟ କରାଯିବ। ଅଥବା ଉଭୟ ଦଣ୍ଡ ବିଧାନ ମଧ୍ୟ କରାଯାଇପାରେ। ୨୦୨୦ ଏପ୍ରିଲ ୮ ରେ ଏକ ଅଧ୍ୟାଦେଶ ମାଧ୍ୟମରେ ଦଣ୍ଡ ଅବଧି ୨ ବର୍ଷ ପର୍ଯ୍ୟନ୍ତ ଏବଂ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଆସନ୍ତା ବିଧାନସଭା ଅଧିବେଶନରେ ଗୃହୀତ କରାଯାଇ ଏହାକୁ ଆଇନରେ ପରିଣତ କରାଯିବ।
ସରକାର ୫୦ ଏବଂ ୨୦ଜଣଙ୍କ ଉପସ୍ଥିତିରେ ବାହାଘର ଓ ଅନ୍ତିମ ସଂସ୍କାର କରାଯିବା ନିୟମ କରିଥିବା ବେଳେ ଏହାକୁ ଉଲ୍ଲଂଘନ କରାଯାଉଛି। ତେଣୁ ଯେଉଁମାନେ ଆଗକୁ ସରକାରଙ୍କ ନିୟମ ପାଳନ ନ କରିବେ ସେ କ୍ଷେତ୍ରରେ ରୋଗର ବିସ୍ତାରକୁ ରୋକିବା ପାଇଁ କଠୋର ଦଣ୍ଡ ବିଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?