ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ଭାଜପା ନେତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ଦଳର ବରିଷ୍ଠ ନେତା ରାଜୀବ ଚନ୍ଦ୍ରଶେଖର, ସୁଧାଂଶୁ ତ୍ରିବେଦୀ ଏବଂ ଓମ୍‌ ପାଠକ ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟି ସୁଜାତା କିଭଳି ଖୋଲାଖୋଲି ସରକାରୀ କଳ ଓ କ୍ଷମତାର ଦୁରୁପଯୋଗ କରିବା ସହ ବିଜେଡି ସପକ୍ଷରେ ଭୋଟ୍‌ କରାଇବା ନିମନ୍ତେ ଅପଚେଷ୍ଟା କରୁଛନ୍ତି, ସେନେଇ ଗୁରୁବାର ଇସିଆଇଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।
ଏପରିକି କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ୍‌ ଦାବି କରିଥିଲା। ସୂଚନା ଅନୁସାରେ, ସୁଜାତା ସ୍ବାମୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏଭଳି କାର୍ଯ୍ୟରେ ଜଡ଼ିତ ଅଛନ୍ତି। ଓଡ଼ିଶା ସରକାର ପ୍ରାୟ ୭୦ ହଜାର ମହିଳାଙ୍କୁ ଏହି ଏସ୍‌ଏଚ୍‌ଜିରେ ସାମିଲ କରିଛନ୍ତି। ଆଉ ସେମାନଙ୍କ ମାଧ୍ୟମରେ ସୁଜାତା ଏବେ ଭୋଟରଙ୍କୁ ପ୍ରଭାବିତ କରିବା କାର୍ଯ୍ୟ କରିବାରେ ଲାଗିଛନ୍ତି। ଏପରିକି ବିଜେଡିକୁ ଭୋଟ୍‌ ନ ଦେଲେ ମିଶନ ଶକ୍ତି ବିଭାଗ ଯୋଗାଉଥିବା ସରକାରୀ ସୁବିଧା ବନ୍ଦ କରିଦିଆଯିବ ବୋଲି ଧମକ ଦେବାକୁ ମଧ୍ୟ ପଛାଉନାହାନ୍ତି। ଏହା ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ ବୋଲି ସମ୍ପୃକ୍ତ ଟିମ୍‌ ଇସିଆଇଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri