ପ୍ରେମିକା ପାଇଁ ଧର୍ମ ବଦଳାଇଲେ

ମୁମ୍ବାଇ: କମେଡିଆନ କପିଲ ଶର୍ମାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘କିସ୍‌ କିସ୍‌କୋ ପ୍ୟାର୍‌ କରୁଁ ୨’ ର ଟ୍ରେଲର୍‌ ବୁଧବାର ମୁକ୍ତିଲାଭ କରିଛି। ନିର୍ଦ୍ଦେଶକ ଯୋଡ଼ି ଆବ୍ବାସ-ମସ୍ତାନଙ୍କ ୨୦୧୫ର ହିଟ କମେଡି ଫିଲ୍ମର ଏହି ସିକ୍ୱେଲରେ କପିଲ ଶର୍ମା ପୁଣି ଥରେ ହାସ୍ୟରସ କାହାଣୀ ନେଇ ବଡ଼ ପରଦାକୁ ଫେରିଛନ୍ତି। ପ୍ରାୟ ୩ ମିନିଟର ଏହି ଟ୍ରେଲରେ କପିଲ ଶର୍ମାଙ୍କ ଚରିତ୍ରକୁ ଦେଖାଯାଇଛି, ଯିଏ ତାଙ୍କ ପ୍ରେମିକା ପାଇଁ ତିନି ଥର ଧର୍ମ ପରିବର୍ତ୍ତନ କରୁଛନ୍ତି ପ୍ରଥମେ ହିନ୍ଦୁରୁ ମୁସଲମାନ ଓ ପରେ ଖ୍ରୀଷ୍ଟିଆନ। କିନ୍ତୁ ସେ ତାଙ୍କ ଡ୍ରିମ ଗର୍ଲଙ୍କୁ ପାଉନାହାଁନ୍ତି, ବରଂ ’ଭୁଲ୍‌ରେ ତିନି ଭିନ୍ନ ଧର୍ମରୁ ଜଣେ ଲେଖାଏଁ ମହିଳାଙ୍କୁ ବିବାହ କରି ବଡ଼ ଅଡୁଆରେ ଫସି ଯାଉଛନ୍ତି।
ରାଜା ଏବଂ ତାଙ୍କର ତିନି ରାଣୀ’ ଥିବା ଏହି କାହାଣୀରେ କପିଲ ନିଜର ତିନି ପତ୍ନୀଙ୍କୁ ଜଣଙ୍କଠାରୁ ଅନ୍ୟ ଜଣକୁ ଲୁଚାଇ ରଖିବା ପାଇଁ ଭିନ୍ନ ଭିନ୍ନ ପରିଚୟ ବ୍ୟବହାର କରିବାର ଦୃଶ୍ୟ ରହିଛି। ଏହା ମଧ୍ୟରେ ତିନିଥର ବିବାହ କରିଥିବା ଜଣେ ବ୍ୟକ୍ତିକୁ ଖୋଜୁଥିବା ପୋଲିସର ପ୍ରବେଶ ପରିସ୍ଥିତିକୁ ଆହୁରି ଜଟିଳ କରିଛି। ଅନୁକଳ୍ପ ଗୋସ୍ବାମୀଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ କପିଲ ଶର୍ମାଙ୍କ ସହ ମନଜୋତ ସିଂ, ହିରା ୱାରିନା, ତ୍ରିଧା ଚୌଧୁରୀ, ପାରୁଲ ଗୁଲାଟି, ଆୟେଶା ଖାନ ପ୍ରମୁଖ ଭୂମିକାରେ ଅଛନ୍ତି। ଏହି କମେଡି ଫିଲ୍ମ ଆସନ୍ତା ମାସ ୧୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାର ଯୋଜନା ରହିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri