ବଦଳିଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାକୁ ବଦଳାଇଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସାନି ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଥିବା ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି। ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ଆସନ ସଂରକ୍ଷିତ ରହିଥିବା ବେଳେ ଅନୁସୂଚିତ ଜାତି ପାଇଁ ୫ ଜିଲା ପରିଷଦ ଆସନ ସଂରକ୍ଷିତ ରହିଛି । ସେହିପରି ୧୦ ଜିଲା ପରିଷଦ ଆସନ ଅଣସଂରକ୍ଷିତ ରହିଛି ।
ରାଜ୍ୟ ସରକାର ୫୦ପ୍ରତିଶତ ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିବା ନେଇ ପୂର୍ବ ବିଜ୍ଞପ୍ତିରେ ପ୍ରକାଶ କରିଥିବା ବେଳେ ସାନି ବିଜ୍ଞପ୍ତିରେ ମଧ୍ୟ ସମାନ ସଂଖ୍ୟକ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ କରିଛନ୍ତି। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପଛୁଆବର୍ଗ ପାଇଁ କୌଣସି ସ୍ଥାନ ସଂରକ୍ଷିତ କରାଯାଇ ନାହିଁ । ଏ ନେଇ ଜନସାଧାରଣଙ୍କଠାରୁ ଆସନ୍ତା ଜାନୁୟାରୀ ୩ ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ପୂର୍ବ ବିଜ୍ଞପ୍ତିରେ ପଛୁଆବର୍ଗଙ୍କ ପାଇଁ ୪ ଜିଲା ସଂରକ୍ଷିତ ରଖାଯାଇଥିବା ବେଳେ ଏସ୍‌ସି/ଏସ୍‌ଟିଙ୍କ ପାଇଁ ୧୪ ଏବଂ ୬ ଜିଲା ଅଣସଂରକ୍ଷିତ ମହିଳାଙ୍କ ପାଇଁ ରଖାଯାଇଥିଲା। କେନ୍ଦ୍ରାପଡ଼ା, ନୟାଗଡ଼, ଦେବଗଡ଼, ସୋନପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲା ପରିଷଦ ଆସନ ଅଣସଂରକ୍ଷିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri