ଏ ବର୍ଷ ବଦଳିବନି ସ୍କୁଲ ପୋଷାକ: ଜଣକ ପିଛା ମିଳିବ ୫୦୦ ଟଙ୍କା

ଭୁବନେଶ୍ୱର,୪।୭(ଅସମାପିକା ସାହୁ): ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଣକ ପିଛା ୫୦୦ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ପ୍ରଦାନ କରାଯିବ।

ତେବେ ପୂର୍ବବର୍ଷ ପରି ଚଳିତ ବର୍ଷ ମଧ୍ୟ ପୋଷାକର ରଙ୍ଗ ଓ ପରିପାଟୀରେ କୌଣସି ପରିବର୍ତ୍ତନ ହେବନାହିଁ। ଆସନ୍ତା ବର୍ଷଠାରୁ ସ୍କୁଲ ୟୁନିଫର୍ମ ପରିବର୍ତ୍ତନ କରାଯିବ ବୋଲି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବିଜ୍ଞପ୍ତି ଅନୁସାରେ, ସମସ୍ତ ଛାତ୍ରମାନଙ୍କୁ ଦୁଇ ହଳ ପ୍ୟାଣ୍ଟ ଓ ଧଳାଶାର୍ଟ ଯୋଗାଇ ଦିଆଯିବ। ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଦୁଇ ହଳ ଫ୍ରକ୍‌ ଓ ଷଷ୍ଠ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀମାନଙ୍କୁ ଏକ ହଳ କମିଜ, ଶାଲୱାର ଓ ଓଢ଼ଣୀ ଯୋଗାଇ ଦିଆଯିବ।

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତର ଅର୍ଥାତ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ତାଙ୍କ ପୋଷାକ ବାବଦରେ ଉଦ୍ଦିଷ୍ଟ ଅର୍ଥ ସେହିସବୁ ବିଦ୍ୟାଳୟକୁ ପ୍ରଦାନ କରାଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପୋଷାକ ବିତରଣ କରାଯିବ। ପୋଷାକର ରଙ୍ଗ ଓ ଗୁଣାବତ୍ତା ଉପରେ ବିଶେଷ ଧ୍ୟାନ ଦିଆଯିବ। ପୋଷାକ ବଣ୍ଟନ ସମୟରେ ଠିକ ଭାବେ ସମସ୍ତ ଛାତ୍ରୀଛାତ୍ରଙ୍କ ନାମ ଶ୍ରେଣୀୱାରୀ ଖାତାରେ ଉଲ୍ଲେଖ କରାଯିବ। ତେବେ ସମସ୍ତ ଶ୍ରେଣୀର ପୋଷାକ ବଣ୍ଟନ ପ୍ରକ୍ରିୟା ଜୁଲାଇ ୩୦ ସୁଦ୍ଧା ଶେଷ କରାଯିବ। ଜିଲା ଶିକ୍ଷାଧିକାରୀ, ଜିଲା ପ୍ରକଳ୍ପ, ଗୋଷ୍ଠୀ ଶିକ୍ଷାଧିକାରୀ ଏହି ପୋଷାକ ବିତରଣ ପ୍ରକ୍ରିୟାକୁ ତଦାରଖ କରିବା ସହ ଏହାର ସ୍ବଚ୍ଛତା ଓ ନିରପେକ୍ଷତା ଉପରେ ଅଧିକ ଗୁରୁତ୍ତ୍ୱ ଦେବାକୁ କୁହାଯାଇଛି।

ତେବେ ପ୍ରତି ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ମାର୍ଗଦର୍ଶିକା ଅନୁସାରେ ସମସ୍ତ ପିଲା ଉତ୍ତମମାନର ପୋଷାକ ପାଇଛନ୍ତି ବୋଲି ଏକ ପ୍ରମାଣପତ୍ର ଦେବେ। ପ୍ରତି ୭ ଦିନ ଅନ୍ତରରେ ପୋଷାକ ବିତରଣ ସମ୍ବନ୍ଧୀୟ ସୂଚନା ସରକାରଙ୍କ ନିକଟରେ ଦାଖଲ ହେବ। ଏନେଇ ଜିଲା ସ୍ତରରେ ଜିଲା ଶିକ୍ଷାଧିକାରୀ ତଥ୍ୟ ସଂଗ୍ରହ କରିବେ। ସ୍କୁଲ ପୋଷାକ ବଣ୍ଟନରେ ଅନିୟମିତତା ନଜରକୁ ଆସିଲେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମସ୍ତ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri