ବଦଳିଲା ନିଷ୍ପତ୍ତି, ୨୫ରୁ ଧାନକିଣା

ବରଗଡ଼ ଅଫିସ୍‌,୨୭।୧୦: ବରଗଡ଼ ଜିଲାରେ ଆସନ୍ତା ଡିସେମ୍ବର ୧ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପୂର୍ବରୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୨୧ ତାରିଖ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯିବା ପରେ ଜିଲାର ଚାଷୀ ସଂଗଠନଗୁଡ଼ିକ ଅସନ୍ତୋଷ ପ୍ରକାଶ କରିଥିଲେ। ନଭେମ୍ବର ମାସରୁ ଧାନ ସଂଗ୍ରହ କରିବାକୁ ଦାବି କରିଥିଲେ । ଏହାପରେ ଜିଲା ପ୍ରଶାସନ ପୂର୍ବ ନିଷ୍ପତ୍ତିକୁ ବଦଳାଇଛି। ନଭେମ୍ବର ୨୫ତାରିଖରୁ ଜିଲାରେ ଧାନ ସଂଗ୍ରହ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ତେବେ ନଭେମ୍ବର ୨୫ତାରିଖ କେବଳ ଜିଲାର ଅତାବିରା ବ୍ଲକରେ ମଣ୍ଡିଗୁଡ଼ିକ ଖୋଲିବ। ସେହିପରି ୨୬ତାରିଖ ଭେଡ଼େନ, ୨୯ତାରିଖ ବରଗଡ଼, ଡିସେମ୍ବର ୨ରେ ବରପାଲି, ଭଟଲି, ସୋହେଲା, ୩ ତାରିଖରେ ପଦ୍ମପୁର, ପାଇକମାଲ, ୪ତାରିଖରେ ବିଜେପୁର, ଝାରବନ୍ଧ, ୬ତାରିଖ ଅମ୍ବାଭୋନା ଏବଂ ୭ତାରିଖରୁ ଗାଇସିଲେଟ୍‌ ବ୍ଲକରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷେ ନଭେମ୍ବର ୧୫ତାରିଖ ସୁଦ୍ଧା ଜିଲାର ମଣ୍ଡିଗୁଡ଼ିକ ଖୋଲିବାକୁ ଚାଷୀ ସଂଗଠନଗୁଡ଼ିକ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri