ବଦଳିଲା ୧ନଂ. ପରିବା ହାଟ ନିୟମ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ ମିଳୁଥିବାରୁ ଏହି ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ହାଟ ପାଖକୁ ବାଇକ୍‌ ନେବାକୁ ବାରଣ କରାଯାଇଛି। ଏଥିସହିତ ୧ ନମ୍ବର ପରିବା ହାଟରେ ବ୍ୟବସାୟୀ ଓ ଖାଉଟିଙ୍କ ପାଇଁ ଭିନ୍ନ ଭିନ୍ନ ସମୟ ନିର୍ଦ୍ଧାରଣ କରାଯାଇଛି। ମୁଖ୍ୟତଃ ସପ୍ତାହାନ୍ତ ଶଟ୍‌ଡାଉନ୍‌ର ପୂର୍ବ ଓ ପରଦିନ ହାଟରେ ହେଉଥିବା ଅସମ୍ଭବ ଭିଡ଼କୁ କମାଇବା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ଭୋର ୩ଟାରୁ ସକାଳ ୬ ମଧ୍ୟରେ କେବଳ ହୋଲସେଲ୍‌ର ବା ବେପାରୀମାନେ କିଣାବିକା କରି ପାରିବେ ବୋଲି ନିଷ୍ପତ୍ତି ହୋଇଛି। ସେହିପରି ସକାଳ ୬ ରୁ ଦିନ ୧୨ଯାଏ ସାଧାରଣ ଗ୍ରାହକ ପରିବା କିଣି ପାରିବେ ବୋଲି ସୋମବାର ବିଏମ୍‌ସି, ପରିବା ବ୍ୟବସାୟୀ ମହାସଂଘ ଓ କମିଶନରେଟ୍‌ ପୋଲିସ ଅଧିକାରୀଙ୍କୁ ନେଇ ବସିଥିବା ବୈଠକରେ ନିଷ୍ପତି ନିଆଯାଇଛି। ଅନ୍ୟପକ୍ଷେ ହାଟରେ ଖୋଲାଯାଉଥିବା ପରିବା ଦୋକାନଗୁଡ଼ିକୁ ଜିଗ୍‌ଜାଗ୍‌ ପଦ୍ଧତିରେ (ଗୋଟିଏ ଦୋକାନ ଖୋଲା ରହିଲେ ପାଖ ଦକାନ ବନ୍ଦ ରହିବ) ଖୋଲିବାକୁ ନିଷ୍ପତି ନିଆଯାଇଛି।
ନିୟମ ଅନୁଯାୟୀ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ନିଜ ଘର ଠାରୁ ୫୦୦ମିଟର ମଧ୍ୟରେ ଥିବା ମାର୍କେଟକୁ ଚାଲି ଚାଲି ଯିବା କଥା। କିନ୍ତୁ ଏହାକୁ ଲୋକମାନେ ମାନୁ ନାହାନ୍ତି। ବାଇକ୍‌ ଧରି ୧ନମ୍ବର ହାଟକୁ ଯାଉଥିବାରୁ ସେଠାରେ ନାହିଁ ନ ଥିବା ଭିଡ଼ ହେଉଛି। ତେବେ ନୂଆ ନିୟମ ପରେ କିଶୋର କ୍ଲବ ପାଖରେ ଗୋଟିଏ ଗେଟ୍‌ ଆଗକୁ ଖୋଲାଯିବ ବୋଲି ବିଏମ୍‌ସି ଜୋନାଲ୍‌ ଡେପୁଟି କମିଶନର ଅଂଶୁମାନ ରଥ କହିଛନ୍ତି। ଯେଉଁମାନେ ଡାଲା ଅଟୋରେ ପରିବା ନେବେ ସେମାନେ ଏହି ବାଟ ଦେଇ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri