Posted inଜାତୀୟ

ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୨: ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି। ଆଗକୁ ସେନାରେ ଯୋଗଦେବାକୁ ଇଚ୍ଛୁକ ପ୍ରାର୍ଥିମାନେ ପ୍ରଥମେ ନିର୍ଦ୍ଧିଷ୍ଟ କେନ୍ଦ୍ରଗୁଡ଼ିକରେ ଏକ ଅନ୍‌ଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ଦେବେ। ଏହାପରେ ନିଯୁକ୍ତି ରାଲିରେ ଶାରୀରିକ ସୁସ୍ଥତା ପରୀକ୍ଷଣ କରାଯିବ। ଶେଷରେ ସେନାରେ ଚୟନ ପୂର୍ବରୁ ତାଙ୍କର ଡାକ୍ତରୀ ପରୀକ୍ଷା ହେବ। ଶୁକ୍ରବାର ସେନା ପକ୍ଷରୁ ପ୍ରକାଶିତ ବିଜ୍ଞାପନରେ ଯବାନଙ୍କ ଭର୍ତ୍ତି ଲାଗି ଏହି ତିନୋଟି ପର୍ଯ୍ୟାୟର ବିବରଣୀ ଦିଆଯାଇଛି।

ପୂର୍ବରୁ ଅଗ୍ନିବୀର ଭର୍ତ୍ତି ଲାଗି ଶାରୀରିକ ସୁସ୍ଥତା ପରୀକ୍ଷା(ଫିଜିକାଲ୍‌ ଫିଟ୍‌ନେସ୍‌ ଟେଷ୍ଟ) କରିବାକୁ ପଡ଼ୁଥିଲା। ଏହାପରେ ସେମାନଙ୍କର ଡାକ୍ତରୀ ପରୀକ୍ଷା ହେଉଥିଲା। ଶେଷରେ ତାଙ୍କୁ ସାଧାରଣ ପ୍ରବେଶିକା ପରୀକ୍ଷାରେ ପାସ୍‌ ହେବାକୁ ପଡ଼ୁଥିଲା। ଏହି ପ୍ରକିୟାରେ ଉତ୍ତୀର୍ଣ୍ଣ ହୋଇ ଏଯାବତ ୧୯ହଜାର ଅଗ୍ନିବୀର ସେନାରେ ଯୋଗ ଦେଇଛନ୍ତି। ମାର୍ଚ୍ଚ ପ୍ରଥମ ସପ୍ତାହରୁ ୨୧ ହଜାର ସେନାରେ ଯୋଗଦେବେ। ତେବେ ନୂତନ ନିଯୁକ୍ତି ନିୟମ ୨୦୨୩-୨୪ର ପରବର୍ତ୍ତୀ ନିଯୁକ୍ତି ପ୍ରକ୍ରିୟାରୁ ଯୋଗଦେବାକୁ ଇଚ୍ଛୁକ ପ୍ରାୟ ୪୦,୦୦୦ ପ୍ରାର୍ଥୀଙ୍କ ଉପରେ ପ୍ରଯୁଜ୍ୟ ହେବ।

ପୂର୍ବ ପ୍ରକ୍ରିୟାରେ ବହୁ ସଂଖ୍ୟକ ଆଶାୟୀଙ୍କ ସ୍କ୍ରିନିଂ କରାଯାଉଥିଲା, ଏହା ପ୍ରଶାସନିକ ଉତ୍ସ ଉପରେ ଚାପ ସୃଷ୍ଟି କରିଥିଲା। ଆଇନ ଶୃଙ୍ଖଳା ପରିସ୍ଥିତିର ମୁକାବିଲା ପାଇଁ ବହୁ ସଂଖ୍ୟାରେ ସୁରକ୍ଷାକର୍ମୀ ଏବଂ ପର୍ଯ୍ୟାପ୍ତ ମେଡିକାଲ କର୍ମଚାରୀଙ୍କୁ ନିୟୋଜିତ କରାଯାଉଥିଲା। ଏବେ ନୂତନ ନିଯୁକ୍ତି ପ୍ରକ୍ରିୟା ଏହି ରାଲି ଆୟୋଜନ ସହ ଜଡ଼ିତ ଖର୍ଚ୍ଚକୁ ହ୍ରାସ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri