Posted inଜାତୀୟ

ଅନୁକମ୍ପାମୂଳକ ନିଯୁକ୍ତି ନୀତିରେ ପରିବର୍ତ୍ତନ, ଚିକିତ୍ସା ପାଇଁ ଅବସର ନେଇଥିବା କର୍ମଚାରୀଙ୍କ ପରିଜନଙ୍କୁ ନିଯୁକ୍ତି…

ନୂଆଦିଲ୍ଲୀ, ୧୨।୭ : ଅନୁକମ୍ପାମୂଳକ ନିଯୁକ୍ତିକୁ ନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନୀତିରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସେବା ସମୟରେ ମୃତ୍ୟୁ ଘଟୁଥିବା ଏବଂ ମେଡିକାଲ ଆଧାରରେ ଚିକିତ୍ସା ପାଇଁ ଅବସର ନେଉଥିବା କର୍ମଚାରୀଙ୍କ ପରିଜନମାନେ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବେ। ଏପରି କର୍ମଚାରୀଙ୍କ ପରିବାରକୁ ଦାରିଦ୍ର୍ୟରୁ ମୁକ୍ତ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ସଂଶୋଧିତ ନୀତି କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କୁ ଉପକୃତ କରିବ ବୋଲି ଆଶା କରାଯାଉଛି।

ଏଥିରେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର କର୍ମଚାରୀ ଅନ୍ତର୍ଭୁକ୍ତ, ଯେଉଁମାନେ ପ୍ରାୟତଃ ଆତଙ୍କବାଦୀ ଆକ୍ରମଣ, ସଂଘର୍ଷ ଏବଂ ଆତ୍ମହତ୍ୟାର ଶିକାର ହେଉଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ, ଅନୁକମ୍ପାମୂଳକ ନିଯୁକ୍ତି ଯୋଜନାର ଉଦ୍ଦେଶ୍ୟ ହେଉଛି ସରକାରୀ କର୍ମଚାରୀଙ୍କ ନିର୍ଭରଶୀଳ ପରିବାର ସଦସ୍ୟଙ୍କୁ ଦୟା ଆଧାରରେ ଚାକିରି ଯୋଗାଇବା। ଏହି ଚାକିରି ସେହି କର୍ମଚାରୀଙ୍କ ନିର୍ଭରଶୀଳମାନଙ୍କୁ ଦିଆଯିବ। ଯେଉଁ କର୍ମଚାରୀମାନଙ୍କର ସେବା ସମୟରେ ମୃତ୍ୟୁ ଘଟୁଛି କିମ୍ବା ଅସୁସ୍ଥତା କାରଣରୁ ଚିକିତ୍ସା ପାଇଁ ଅବସର ନେଇଛନ୍ତି ସେମାନଙ୍କ ପରିଜନ ଏହାଦ୍ୱାରା ଉପକୃତ ହେବେ। ଏହା ମାଧ୍ୟମରେ ତାଙ୍କ ପରିବାରକୁ ଆର୍ଥିକ ସଙ୍କଟ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ଦୂର କରିବାରେ ସାହାୟତା ଯୋଗାଇ ଦିଆଯିବ।

ଜଣେ ଅଧିକାରୀ କହିଛନ୍ତି ଯେ ନୂତନ ନିର୍ଦ୍ଦେଶାବଳୀ ଦୟା ନିଯୁକ୍ତି ପ୍ରକ୍ରିୟାରେ ଅଧିକ ସ୍ବଚ୍ଛତା ଏବଂ ନ୍ୟାୟ ଆଣିବ। ଦୟା ନିଯୁକ୍ତି ଯୋଜନାରେ ସ୍ବଚ୍ଛତା ଏବଂ ନିରପେକ୍ଷତା ଗୁରୁତ୍ୱପୂର୍ଣ୍ଣ। ଗାଇଡଲାଇନରେ ଦର୍ଶାଯାଇଛି ଯେ ପରିବାରର ଆର୍ଥିକ ସ୍ଥିତିର ସାମଗ୍ରିକ ମୂଲ୍ୟାଙ୍କନ, ସଦସ୍ୟଙ୍କ ରୋଜଗାର, ପରିବାରର ଆକାର, ପିଲାମାନଙ୍କର ବୟସ ଇତ୍ୟାଦି ବିଷୟକୁ ଧ୍ୟାନରେ ରଖି ନିଯୁକ୍ତିରେ ନିଷ୍ପତ୍ତି ନିଆଯିବା ଉଚିତ। ଏହା ଏକ ପରିବାରର ଆର୍ଥିକ ଆବଶ୍ୟକତାକୁ ମଧ୍ୟ ଧ୍ୟାନରେ ରଖିବା ଆବଶ୍ୟକ। ନୂତନ ନୀତି ପର୍ସନାଲ ଏବଂ ଟ୍ରେନିଂ ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀର ଅନୁରୂପ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?