ବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି ଦିଆଯାଇଛି। ଏହା ସହିତ ତାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି। ପୁରୀ ଜିଲାପାଳ ବଲୱନ୍ତ ସିଂହଙ୍କୁ ବଦଳି କରାଯାଇଥିବା ବେଳେ ତାଙ୍କୁ ଓଏମ୍‌ସି ଏମ୍‌ଡି ଭାବେ ମଧ୍ୟ ଅବସ୍ଥାପିତ କରାଯାଇଛି।
ସେହିପରି କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କୁ ପୁରୀ ଜିଲାପାଳ ଭାବେ ନିଯୁକ୍ତି ମିଳିଛି। ରାୟଗଡ଼ା ପିଡି ଡିଆର୍‌ଡିଏ ଥିବା ଅମ୍ରିତ ଋତୁରାଜଙ୍କୁ କେନ୍ଦ୍ରାପଡ଼ା ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି।
ଜଗତସିଂହପୁର ଜିଲାପାଳ ସରୋଜ କୁମାର ମିଶ୍ରଙ୍କୁ ରାୟଗ଼ଡା ଜିଲାପାଳ ଭାବେ ନିଯୁକ୍ତ କରାଯାଇଛି। ରାୟଗଡ଼ା ଜିଲାପାଳ ଥିବା ପ୍ରମୋଦ କୁମାର ବେହେରା ରାଜସ୍ବ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି।
ଅନ୍ୟପକ୍ଷେ ଆଇଏଏସ୍‌ ମହମ୍ମଦ ସାଦିକ ଆଲାମଙ୍କୁ ଶିଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ଭୁବନେଶ୍ୱରର ସ୍ପେଶାଲ ଏଡିଏମ୍‌ ତଥା ବିଏମ୍‌ସିର ଅତିରିକ୍ତ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳୁଥିବା ପାରୁଲ ପଟୱାରୀଙ୍କୁ ପୂର୍ତ୍ତ ବିଭାଗର ଉପସଚିବ କରାଯାଇଛି। ଖୋର୍ଦ୍ଧାର ସ୍ପେଶାଲ ଏଡିଏମ ଥିବା ବିଶାଳ ସିଂହଙ୍କୁ ଯାଜପୁରର ପିଡି ଡିଆରଡିଏ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri