Posted inଜାତୀୟ

ସ୍ଥିତାବସ୍ଥାରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୧୫ା୭: ଚାଇନା ଦ୍ୱାରା ସୀମାନ୍ତ ସ୍ଥିତାବସ୍ଥାରେ କୌଣସି ପ୍ରକାର ଏକପାଖିଆ ପରିବର୍ତ୍ତନକୁ ଭାରତ ଗ୍ରହଣ କରିବ ନାହିଁ। ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ପୂର୍ବାବସ୍ଥା ଫେରାଇ ଆଣିବା ସହ ସୀମାରେ ଶାନ୍ତି ଓ ସ୍ଥିରତା ବଜାୟ ରହିବା ଜରୁରୀ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ବହିର୍ବ୍ୟାପାର ମନ୍ତ୍ରୀସ୍ତରୀୟ ବୈଠକ ଅବସରରେ ବୁଧବାର ଜୟଶଙ୍କର ତାଙ୍କ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ଓ୍ବିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଏଥିରେ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ପ୍ରସଙ୍ଗ ସ୍ଥାନ ପାଇଥିଲା ବୋଲି ଜୟଶଙ୍କର ଟୁଇଟ୍‌ କରିଛନ୍ତି।
ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ବୈଠକରେ ଉଭୟ ଜୟଶଙ୍କର ଏବଂ ଓ୍ବାଙ୍ଗ ତୁରନ୍ତ ଦୁଇ ଦେଶର ବରିଷ୍ଠ ସେନା କମାଣ୍ଡରସ୍ତରୀୟ ବୈଠକ ଆୟୋଜନ ପାଇଁ ରାଜି ହୋଇଥିଲେ। ସୂଚନାଯୋଗ୍ୟ ଗତବର୍ଷ ମେ’ରୁ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହେବା ସହ ରକ୍ତାକ୍ତ ସଂଘର୍ଷ ମଧ୍ୟ ଘଟିଥିଲା। ଅନେକ ପର୍ଯ୍ୟାୟ ସାମରିକ ଓ କୂଟନୈତିକ ଆଲୋଚନା ପରେ ଗତ ଫେବୃୟାରୀରେ ପୋଙ୍ଗୋଙ୍ଗ ସୋ ହ୍ରଦର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରୁ ଦୁଇ ଦେଶ ସୈନ୍ୟ ପ୍ରତ୍ୟାହାର କରିଥିଲେ।
ତାଜିକିସ୍ତାନ ରାଜଧାନୀ ଦୁଶାନ୍‌ବେରେ ଆୟୋଜିତ ଏସ୍‌ସିଓ ସମ୍ମିଳନୀରେ ରୁଷିଆ ଓ ଚାଇନାର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କୁ ସମ୍ବୋଧିତ କରି ଜୟଶଙ୍କର ଆତଙ୍କବାଦ ଉପରେ ଲଗାମ ଲଗାଇବା ଜରୁରୀ ବୋଲି କହିଛନ୍ତି। ଆଫଗାନିସ୍ତାନର ଅତୀତ ଯେମିତି ଥିଲା ଭବିଷ୍ୟତ ସେମିତି ହୋଇପାରିବ ନାହିଁ। ହିଂସା ଓ ବଳ ପ୍ରୟୋଗ ଦ୍ୱାରା କ୍ଷମତା ଅପହରଣକୁ ବିଶ୍ୱ ବିରୋଧ କରେ। ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ ଆମେରିକୀୟ ସୈନ୍ୟ ଫେରିବାରେ ଲାଗିଛନ୍ତି। ତାଲିବାନର ବଳ ବଢ଼ୁଥିବାବେଳେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri