୨୧ ସ୍ପେଶାଲ ଟ୍ରେନ୍‌ର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ଓ ଏହା ପରିସୀମା ମଧ୍ୟରେ ଚଳାଚଳ କରୁଥିବା ସ୍ପେଶାଲ ଟ୍ରେନଗୁଡିକର ସମୟ ସାରଣୀକୁ ବିଭିନ୍ନ ଷ୍ଟେଶନରେ ପରିବର୍ତ୍ତନ କରାଯାଇଛି। ଯାତ୍ରୀଙ୍କ ସୁବିଧା ସହ ଟ୍ରେନ ପରିଚାଳନାକୁ ସହଜ କରିବାପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଟ୍ରେନ, ଭୁବନେଶ୍ୱର-ଲୋକମାନ୍ୟ ତିଲକ-ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଟ୍ରେନ, ଭୁବନେଶ୍ୱର-ତିରୁପତି-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଟ୍ରେନ, ଭୁବନେଶ୍ୱର-ଚେନ୍ନାଇ ସେଣ୍ଟ୍ରାଲ୍‌-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଟ୍ରେନ, ଭୁବନେଶ୍ୱର-ବାଙ୍ଗାଲୋର କ୍ୟାଣ୍ଟ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଟ୍ରେନ, ଭୁବନେଶ୍ୱର-ପୁଡୁଚେରୀ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ, ଭୁବନେଶ୍ୱର-ରାମେଶ୍ୱରମ୍‌-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ, ସମ୍ବଲପୁର-ହାଓଡ଼ା-ସମ୍ବଲପୁର ସାପ୍ତାହିକ ବିଶେଷ, ସମ୍ବଲପୁର-ମାଣ୍ଡୁଆଡିହ-ସମ୍ବଲପୁର ଦ୍ୱି-ସାପ୍ତାହିକ ମହୋତ୍ସବ ସ୍ପେଶାଲ ଟ୍ରେନ, ପୁରୀ-ପାଟନା-ପୁରୀ ବୈଦ୍ୟନାଥ ସାପ୍ତାହିକ ସ୍ପେଶାଲ, ପୁରୀ-ଜୟନଗର-ପୁରୀ ସାପ୍ତାହିକ ସ୍ପେଶାଲ, ପୁରୀ-ସୁରଟ-ପୁରୀ ସାପ୍ତାହିକ ସ୍ପେଶାଲ, ପୁରୀ-ଲୋକମାନ୍ୟତିଳକ-ପୁରୀ ସ୍ପେଶାଲ, ପୁରୀ-ଚେନ୍ନାଇ ସେଣ୍ଟ୍ରାଲ୍‌-ପୁରୀ ସାପ୍ତାହିକ ସ୍ପେଶାଲ, ବିଶାଖାପାଟନମ୍‌-ନିଜାମମୁଦ୍ଦିନ-ବିଶାଖାପାଟନମ୍‌ ଦ୍ୱି-ସାପ୍ତାହିକ ସ୍ପେଶାଲ, ବିଶାଖାପାଟନମ୍‌-ନିଜାମମୁଦ୍ଦିନ-ବିଶାଖାପାଟନମ୍‌ ସ୍ପେଶାଲ, ବିଶାଖାପାଟନମ୍‌-ଚେନ୍ନାଇ ସେଣ୍ଟ୍ରାଲ-ବିଶାଖାପାଟନମ୍‌ ସାପ୍ତାହିକ ସ୍ପେଶାଲ, ବିଶାଖାପାଟନମ୍‌-ଲୋକମାନ୍ୟ ତିଳକ ଟର୍ମିନସ- ବିଶାଖାପାଟନମ୍‌ ସାପ୍ତାହିକ ସ୍ପେଶାଲ, ବିଶାଖାପାଟନମ୍‌-ଗାନ୍ଧୀଧାମ-ବିଶାଖାପାଟନମ୍‌ ସାପ୍ତାହିକ ସ୍ପେଶାଲ, ବିଶାଖାପାଟନମ୍‌-କଡପା-ବିଶାଖାପାଟନମ୍‌ ସ୍ପେଶାଲ ଏବଂ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ ପରିବର୍ତ୍ତିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ। ଯାତ୍ରୀମାନେ ବିଭିନ୍ନ ଷ୍ଟେଶନରେ ସେମାନଙ୍କ ଟ୍ରେନଗୁଡିକର ସମୟ ସାରଣୀ ଯାତ୍ରା ପୂର୍ବରୁ ଅବଗତ ହେବାକୁ ପୂର୍ବତଟ ରେଳପଥ ପକ୍ଷରୁ ଅନୁରୋଧ କରାଯାଇଛି। ଯାତ୍ରୀମାନେ http://www.indianrail.gov.in/enquiry/StaticPages/StaticEnquiry.jsp?StaticPage=index.html, https://enquiry.indianrail.gov.in/ntes/index.html କିମ୍ବା ଆଇଆର୍‌ସିଟିସି ୱେବସାଇଟ୍‌ https://trainenquiry.comରେ ସ୍ବତନ୍ତ୍ର ଟ୍ରେନର ସଂଶୋଧିତ ସମୟ ବିଷୟରେ ଜାଣିପାରିବେ। ଏହାବାଦ୍‌ ବିଭିନ୍ନ ଷ୍ଟେଶନରେ ଥିବା ଅନୁସନ୍ଧାନ କେନ୍ଦ୍ର କିମ୍ବା ସର୍ବଭାରତୀୟ ହେଲ୍ପଲାଇନ ନମ୍ବର-୧୩୯ ସହିତ ଯୋଗାଯୋଗ କରିପାରିବେ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?