ଏଟିଏମ୍‌ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍‌…

ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍‌ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍‌ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।
ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ ଗୌଡ଼ ଗତ ୧୮ ତାରିଖରେ ହିଞ୍ଜିଳିକାଟୁ ଏସ୍‌ବିଆଇ ଶାଖା ଏଟିଏମ୍‌ରୁ ୨ ହଜାର ଟଙ୍କା ଉଠାଇବା ପାଇଁ ଯାଇଥିଲେ। ସେଠାରେ ଜଣେ ଅପରିଚିତ ବ୍ୟକ୍ତି ତାଙ୍କ ପଛରେ ରହି ଏଟିଏମ୍‌ ପିନ୍‌ ଲକ୍ଷ୍ୟ କରିଥିଲେ। ପରେ ଉଦୟନାଥ ଟଙ୍କା ଗଣିବା ବେଳେ ଅପରିଚିତ ବ୍ୟକ୍ତି ଜଣଙ୍କ କୌଶଳ କ୍ରମେ ତାଙ୍କର ଏଟିଏମ୍‌ କାର୍ଡ ବଦଳରେ ଅବିକଳ ସେହିପରି ଦିଶୁଥିବାର ଅନ୍ୟ ଏକ କାର୍ଡ ଦେଇଥିଲେ। ଉଦୟନାଥ ଘରକୁ ଫେରିବା ପରେ ତାଙ୍କର ଆକାଉଣ୍ଟରୁ ୧୦ହଜାର ଟଙ୍କା ଉଠା ଯାଇଥିବା ମେସେଜ ପାଇଲେ। ଗତ ୨୧ରେ ଉଦୟନାଥ ବ୍ୟାଙ୍କ ଶାଖାକୁ ଯାଇ ତାଙ୍କର ଆକାଉଣ୍ଟ ଯାଞ୍ଚ ପରେ ତାଙ୍କର ଆକାଉଣ୍ଟରୁ ୫୨୩୮୦ ଟଙ୍କା ତାଙ୍କ ଅଜାଣତରେ ଲୁଟ୍‌ ହୋଇଥିବା ଜାଣି ଥାନାରେ ଏତଲା ଦେଇଛନ୍ତି। ଏଥି ନେଇ ଥାନାରେ ମାମଲା ରୁଜୁ ହୋଇ ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri