ଭୁବନେଶ୍ୱର,୧୦।୮(ଅସମାପିକା ସାହୁ)ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହର ରୂପ ବଦଳିବ। ଛାତ୍ରୀଛାତ୍ରଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ବ୍ୟବସ୍ଥା କରିଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ଜିଲାର ୬ହଜାରରୁ ଊର୍ଦ୍ଧ୍ୱ ପ୍ରାଥମିକ ସ୍କୁଲର ପରିବେଶ ବଦଳିବ। ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଓ ମରାମତି ସୁବିଧା ଯୋଗାଇଦେବାକୁ ବିଭାଗ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି। ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି। ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେସ୍କ, ଆଲମାରୀ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ୍, ବସିବା ପାଇଁ ଦରି, ଶ୍ରେଣୀଗୃହ ମରାମତି, ବିଦ୍ୟୁତୀକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ। ଏହା ପ୍ରାଥମିକ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହୋଇପାରିବ। ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା। ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚଶିକ୍ଷା ଗଢ଼ି ଉଠିଥାଏ। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା। ପ୍ରତ୍ୟେକ ଛାତ୍ରୀଛାତ୍ର ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥିପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି। ଲକ୍ଷ୍ୟ ହାସଲ ପାଇଁ ସ୍ବତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ (ଉଭୟ ଅନ୍ଲାଇନ ଓ ଅଫ୍ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମେ ବିକାଶ କରାଯାଇଛି। ଛାତ୍ରୀଛାତ୍ର ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା। ଏହି ପ୍ରାଥମିକ ବିଦ୍ୟାଳୟରେ ବିକଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି। ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରୀଛାତ୍ରଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି। ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

