ପର୍ଯ୍ୟଟନ କ୍ଷେତ୍ରର ବଦଳିବ ପଟ୍ଟଚିତ୍ର: ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ

ଦାରିଙ୍ଗବାଡି, ୬।୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି ଦଳ ଗତ ଦୁଇ ଦିନ ହେଲା ଦାରିଙ୍ଗବାଡିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ବୁଲି ପରିଦର୍ଶନ କରୁଛନ୍ତି।
ପ୍ରକାଶ ଯେ, ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ତହସିଲଦାର ଶରତ ଶବରଙ୍କ ସହ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନାତନ ପ୍ରଧାନ ଏବଂ କନିଷ୍ଠ ଯନ୍ତ୍ରୀ ବିଶ୍ୱଜିତ ମହାରଣା ପ୍ରମୁଖ ମିଳିତ ଭାବେ ଦାରିଙ୍ଗବାଡିର ହିଲଭିୟୁ, ନେଚର ପାର୍କ ସମେତ ଡୁଲୁରୀ ପାଇନ ବଣ, ରେନବୋ,ପାଟ୍ଟାବାନ୍ଧା ଏବଂ ମିଡିୟୁବାନ୍ଦା ଜଳପ୍ରପାତ, ଯୋଗୀମଠ, ତୀର୍ଥକ୍ଷେତ୍ର ଋଷିମାଳ ପାହାଡ଼, କିରିକୁଟି ଲଭର୍ସ ପଏଣ୍ଟ, କଫି ବଗିଚା,ସମେତ ସମସ୍ତ ନୂଆ ଓ ପୁରୁଣା ପର୍ଯ୍ୟଟନକ୍ଷେତ୍ରକୁ ମିଳିତ ପରିଦର୍ଶନ କରିଛନ୍ତି।
ଓଡିଶା ପର୍ଯ୍ୟଟନ ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଭାରତ ପ୍ରଶାସନିକ ଅଧିକାରୀ ସମର୍ଥ ବର୍ମା କନ୍ଧମାଳ ଜିଲାପାଳଙ୍କୁ ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଗୁଡିକର ବିକାଶ ପାଇଁ ଆବଶ୍ୟକ କ୍ଷେତ୍ର ପରିଦର୍ଶନ କରି ରାଜ୍ୟକୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ଦୁଇ ଜଣିଆ ପ୍ରତିନିଧିଙ୍କ ସହ କ୍ଷେତ୍ର ପରିଦର୍ଶନ କରିଛନ୍ତି। ସମସ୍ତ ପର୍ଯ୍ୟଟନକ୍ଷେତ୍ର ବିଶେଷ କରି ପର୍ଯ୍ୟଟକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇଦେବା ସହ ସୌନ୍ଦର୍ଯ୍ୟକରଣ କରାଯିବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri