ପର୍ଯ୍ୟଟନ କ୍ଷେତ୍ରର ବଦଳିବ ପଟ୍ଟଚିତ୍ର: ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ

ଦାରିଙ୍ଗବାଡି, ୬।୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି ଦଳ ଗତ ଦୁଇ ଦିନ ହେଲା ଦାରିଙ୍ଗବାଡିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ବୁଲି ପରିଦର୍ଶନ କରୁଛନ୍ତି।
ପ୍ରକାଶ ଯେ, ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ତହସିଲଦାର ଶରତ ଶବରଙ୍କ ସହ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନାତନ ପ୍ରଧାନ ଏବଂ କନିଷ୍ଠ ଯନ୍ତ୍ରୀ ବିଶ୍ୱଜିତ ମହାରଣା ପ୍ରମୁଖ ମିଳିତ ଭାବେ ଦାରିଙ୍ଗବାଡିର ହିଲଭିୟୁ, ନେଚର ପାର୍କ ସମେତ ଡୁଲୁରୀ ପାଇନ ବଣ, ରେନବୋ,ପାଟ୍ଟାବାନ୍ଧା ଏବଂ ମିଡିୟୁବାନ୍ଦା ଜଳପ୍ରପାତ, ଯୋଗୀମଠ, ତୀର୍ଥକ୍ଷେତ୍ର ଋଷିମାଳ ପାହାଡ଼, କିରିକୁଟି ଲଭର୍ସ ପଏଣ୍ଟ, କଫି ବଗିଚା,ସମେତ ସମସ୍ତ ନୂଆ ଓ ପୁରୁଣା ପର୍ଯ୍ୟଟନକ୍ଷେତ୍ରକୁ ମିଳିତ ପରିଦର୍ଶନ କରିଛନ୍ତି।
ଓଡିଶା ପର୍ଯ୍ୟଟନ ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଭାରତ ପ୍ରଶାସନିକ ଅଧିକାରୀ ସମର୍ଥ ବର୍ମା କନ୍ଧମାଳ ଜିଲାପାଳଙ୍କୁ ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଗୁଡିକର ବିକାଶ ପାଇଁ ଆବଶ୍ୟକ କ୍ଷେତ୍ର ପରିଦର୍ଶନ କରି ରାଜ୍ୟକୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ଦୁଇ ଜଣିଆ ପ୍ରତିନିଧିଙ୍କ ସହ କ୍ଷେତ୍ର ପରିଦର୍ଶନ କରିଛନ୍ତି। ସମସ୍ତ ପର୍ଯ୍ୟଟନକ୍ଷେତ୍ର ବିଶେଷ କରି ପର୍ଯ୍ୟଟକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇଦେବା ସହ ସୌନ୍ଦର୍ଯ୍ୟକରଣ କରାଯିବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri