ବଦଳୁଛନ୍ତି ଅଧିକାରୀ, ବଦଳୁନି ସୂଚନା ଫଳକ

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦର କାର୍ଯ୍ୟ ଧାରାକୁ ଦେଖିଲେ ଏହାର ଶାସନ ବ୍ୟବସ୍ଥାର ସ୍ବଚ୍ଛତା ସ୍ପଷ୍ଟ ହୁଏ। ସାଧାରଣରୁ ଅତି ସାଧାରଣ ଘଟଣାକୁ କର୍ତ୍ତୃପକ୍ଷଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ଅଧିକାରୀଙ୍କ ନଜରକୁ ଆସୁଥିଲେ ବି ଏଥିପ୍ରତି ଦୃଷ୍ଟି ନଦେବା ପରିତାପର ବିଷୟ ପାଲଟିଛି। ଖୋଦ ପୌର ଅଧିକାରୀଙ୍କ ଚାମ୍ବରର ପ୍ରବେଶ ପଥରେ ଏକ ସୂଚନା ପ୍ରଦର୍ଶିତ ହୋଇଛି। ଏହି ସୂଚନା ଅନୁସାରେ ସୂଚନା ଲୋକ ସମ୍ପର୍କ ଅଧିକାରୀଙ୍କ ନାମ ପ୍ରଶାନ୍ତ ନାୟକ(କନିଷ୍ଠ ଯନ୍ତ୍ରୀ) ଲେଖାଯାଇଛି। ଏହା ସହିତ ଅତିରିକ୍ତ ଲୋକ ସୂଚନା ଅଧିକାରୀ ସେକ୍‌ ଅବଦୁଲ୍ଲା( ବରିଷ୍ଠ ସାହାୟକ) ଏବଂ ପୌର ଅଧିକାରୀଙ୍କ ନାମ ବିପିନ ପ୍ରଧାନ ରହିଛି। ସୂଚନାରେ ଦର୍ଶାଯାଇଥିବା ନାମ ମଧ୍ୟରୁ କନିଷ୍ଠ ଯନ୍ତ୍ରୀ କେତେ ମାସ ହେଲା ଅନ୍ୟତ୍ର ବଦଳି ହେଲେଣି, ବରିଷ୍ଠ ସହାୟକ ଦୀର୍ଘ ମାସ ଛୁଟିରେ ଏବଂ ଗତ ଜାନୁୟାରୀ ମାସରୁ ପୌରଅଧିକାରୀ ଭାବେ ଲଳିତ କୁମାର ନାୟକ କାର୍ଯ୍ୟରତ ଅଛନ୍ତି। ହେଲେ ପୌର ଅଧିକାରୀଙ୍କ ଚାମ୍ବର ସମ୍ମଖରେ ପ୍ରଦତ୍ତ ସୂଚନାକୁ ପରିବର୍ତ୍ତନ କରା ନ ଯିବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସ୍ଥାନୀୟ ଲୋକେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri