ଛଣଗିରି ସୁନା ଦୋକାନ ଲୁଟ ଘଟଣା: ପୁଣି ୨ ଅଭିଯୁକ୍ତ ଗିରଫ, ୧କେଜି ୧୩ ଗ୍ରାମ ସୁନା, ୨୨୩୧ ଗ୍ରାମ ରୂପା ଜବତ

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଛଣଗିରିସ୍ଥିତ ସାଇ ସୋନୁ ସୁନା ଦୋକାନରୁ ଲୁଟ ଘଟଣାରେ ଶୁକ୍ରବାର ପୋଲିସକୁ ପୁଣି ସଫଳତା ମିଳଛି। ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୧କେଜି ୧୩ଗ୍ରାମ ସୁନା, ୨୨୩୧ ଗ୍ରାମ ରୂପା ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଣାସର ମିଳୁ ଓରଫ ଅଜିତ ପାଇକରାୟ ଏବଂ କଟକ ପୁରୀଘାଟର ଡମ୍ପର ଓରଫ ପ୍ରଭାକର ଜେନା।

ଏମାନଙ୍କୁ ମିଶାଇ ମୋଟ ଗିରଫ ସଂଖ୍ୟା ୬ରେ ପହଞ୍ଚି ଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୯୧୩ ଗ୍ରାମ ସୁନା, ୪୫୯୪ ଗ୍ରାମ ରୂପା ଜବତ କରାଯାଇଥିବା ଏସ୍‌ପି ବିବେକାନନ୍ଦ ଶର୍ମା ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ଜାନୁଆରୀ ୨୪ ତାରିଖ ଅପରାହ୍ନ ପ୍ରାୟ ସାଢେ ୨ଟା ସମୟରେ ୮ଜଣ ଦୁର୍ବୃତ୍ତ ସୁନା ଦୋକାନରେ ପହଞ୍ଚି ଭୁଜାଲି, ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭିତ କରି ଦୋକାନରୁ ୧୧କେଜି ୫ଶହ ଗ୍ରାମ ସୁନାଗହଣା ଏବଂ ୫କେଜି ରୂପା ଅଳଙ୍କାର ଲୁଟି ନେଇ ଫେରାର ହୋଇଯାଇଥିଲେ।

ଯିବାବେଳେ ଅଭିଯୁକ୍ତମାନେ ବୋମା ଏବଂ ଗୁଳି ଫୁଟାଇ ଆତଙ୍କ ସୃଷ୍ଟି କରିଥିଲେ। ଦୋକାନ ମାଲିକଙ୍କ ଅଭିଯୋଗକୁ ଭିତ୍ତି କରି ଜଙ୍କିଆ ଥାନାରେ ଏକ ମାମଲା(ନଂ (୨୯୭/୨୫) ରୁଜୁ ହୋଇଥିଲା। ଏସ୍‌ପିଙ୍କ ତତ୍ତ୍ୱାବଧାନରେ ୩ଟିମ୍‌ ଖୋର୍ଦ୍ଧା ସମେତ ନୟାଗଡ, ପୁରୀ, ଗଞ୍ଜାମ, କଟକରେ ଚଢ଼ାଉ କରି ପ୍ରଥମ ପର୍ଯ୍ୟାୟରେ ୪ଜଣଙ୍କୁ ଗିରଫ କରିଥିଲା। ଶୁକ୍ରବାର ଆଉ ୨ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷେ ପୋଲିସ ଘଟଣା ତଦନ୍ତ ଜାରି ରହିଛି। ଫେରାର ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଗିରଫ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ଶ୍ରୀନିବାସ ମହାନ୍ତି, ଏସ୍‌ଡିପିଓ ଅନିଲ ମହାନ୍ତି, ଜଙ୍କିଆ ଥାନା ଅଧିକାରୀ ଶୁଶାନ୍ତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri