ଛଣଗିରି ସୁନା ଦୋକାନ ଲୁଟ ଘଟଣା: ପୁଣି ୨ ଅଭିଯୁକ୍ତ ଗିରଫ, ୧କେଜି ୧୩ ଗ୍ରାମ ସୁନା, ୨୨୩୧ ଗ୍ରାମ ରୂପା ଜବତ

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଛଣଗିରିସ୍ଥିତ ସାଇ ସୋନୁ ସୁନା ଦୋକାନରୁ ଲୁଟ ଘଟଣାରେ ଶୁକ୍ରବାର ପୋଲିସକୁ ପୁଣି ସଫଳତା ମିଳଛି। ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୧କେଜି ୧୩ଗ୍ରାମ ସୁନା, ୨୨୩୧ ଗ୍ରାମ ରୂପା ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଣାସର ମିଳୁ ଓରଫ ଅଜିତ ପାଇକରାୟ ଏବଂ କଟକ ପୁରୀଘାଟର ଡମ୍ପର ଓରଫ ପ୍ରଭାକର ଜେନା।

ଏମାନଙ୍କୁ ମିଶାଇ ମୋଟ ଗିରଫ ସଂଖ୍ୟା ୬ରେ ପହଞ୍ଚି ଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୯୧୩ ଗ୍ରାମ ସୁନା, ୪୫୯୪ ଗ୍ରାମ ରୂପା ଜବତ କରାଯାଇଥିବା ଏସ୍‌ପି ବିବେକାନନ୍ଦ ଶର୍ମା ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ଜାନୁଆରୀ ୨୪ ତାରିଖ ଅପରାହ୍ନ ପ୍ରାୟ ସାଢେ ୨ଟା ସମୟରେ ୮ଜଣ ଦୁର୍ବୃତ୍ତ ସୁନା ଦୋକାନରେ ପହଞ୍ଚି ଭୁଜାଲି, ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭିତ କରି ଦୋକାନରୁ ୧୧କେଜି ୫ଶହ ଗ୍ରାମ ସୁନାଗହଣା ଏବଂ ୫କେଜି ରୂପା ଅଳଙ୍କାର ଲୁଟି ନେଇ ଫେରାର ହୋଇଯାଇଥିଲେ।

ଯିବାବେଳେ ଅଭିଯୁକ୍ତମାନେ ବୋମା ଏବଂ ଗୁଳି ଫୁଟାଇ ଆତଙ୍କ ସୃଷ୍ଟି କରିଥିଲେ। ଦୋକାନ ମାଲିକଙ୍କ ଅଭିଯୋଗକୁ ଭିତ୍ତି କରି ଜଙ୍କିଆ ଥାନାରେ ଏକ ମାମଲା(ନଂ (୨୯୭/୨୫) ରୁଜୁ ହୋଇଥିଲା। ଏସ୍‌ପିଙ୍କ ତତ୍ତ୍ୱାବଧାନରେ ୩ଟିମ୍‌ ଖୋର୍ଦ୍ଧା ସମେତ ନୟାଗଡ, ପୁରୀ, ଗଞ୍ଜାମ, କଟକରେ ଚଢ଼ାଉ କରି ପ୍ରଥମ ପର୍ଯ୍ୟାୟରେ ୪ଜଣଙ୍କୁ ଗିରଫ କରିଥିଲା। ଶୁକ୍ରବାର ଆଉ ୨ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷେ ପୋଲିସ ଘଟଣା ତଦନ୍ତ ଜାରି ରହିଛି। ଫେରାର ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଗିରଫ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ଶ୍ରୀନିବାସ ମହାନ୍ତି, ଏସ୍‌ଡିପିଓ ଅନିଲ ମହାନ୍ତି, ଜଙ୍କିଆ ଥାନା ଅଧିକାରୀ ଶୁଶାନ୍ତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri