Posted inଖେଳ

୨୦୧୮ ପାଇଁ ଚାନୁ ପାଇବେ ଅଜୁର୍ନ ପୁରସ୍କାର

ନୂଆଦିଲ୍ଲୀ,୨୫।୬(ପି.ଟି.): ଡୋପିଂ ଅଭିଯୋଗରୁ ମୁକ୍ତ ହୋଇଥିବା ଭାରୋତ୍ତୋଳିକା ସଞ୍ଜିତା ଚାନୁ ଶେଷରେ ୨୦୧୮ ପାଇଁ ସମ୍ମାନଜନକ ଅର୍ଜୁନ ପୁରସ୍କାର ହାସଲ କରିବା ନିଶ୍ଚିତ ହୋଇଛି। ୨ଥର ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ଜିତିଥିବା ଚାନୁଙ୍କୁ ୨୦୧୮ଠାରୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ ରୋକ ଲଗାଯାଇଥିଲା। ତେବେ ତାଙ୍କୁ ୨୦୧୮ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏବେ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସୂତ୍ରରୁ ସୂଚନା ଦିଆଯାଇଛି। ଚାନୁ ଡୋପିଂ ଅଭିଯୋଗରୁ ମୁକ୍ତ ହେଲେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ କୋର୍ଟଙ୍କ ନିର୍ଦ୍ଦେଶ ରହିଛି। କୋର୍ଟଙ୍କ ଏହି ରାୟକୁ ସିଲ୍‌ ବନ୍ଦ ଲଫାପାରେ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ପୁଣି ଏହି ଲଫାପାକୁ ଚାନୁ ଡୋପିଂ ଅଭିଯୋଗରୁ ମୁକ୍ତ ହେବା ସ୍ଥିତିରେ ଖେଳାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଚାନୁଙ୍କୁ ଅନ୍ତର୍ଜାତୀୟ ଫେଡେରେଶନ ଡୋପିଂ ଅଭିଯୋଗରୁ ମୁକ୍ତ କରିଥିଲା। ଫଳରେ ଆମକୁ ଏବେ କୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବାକୁ ଓ ଅର୍ଜୁନ ପୁରସ୍କାର ପାଇଁ ତାଙ୍କ ନାମ ବିଚାର କରିବାକୁ ହେବ ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, ୨୦୧୭ରେ ଚାନୁ ଅର୍ଜୁନ ପୁରସ୍କାର ପାଇଁ ଅଣଦେଖାର ଶିକାର ହେଉଥିବା ନେଇ ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ତେବେ ଇତିମଧ୍ୟରେ ସେ ୨୦୧୮ ମେ’ରେ ନିଷିଦ୍ଧ ପଦାର୍ଥ ସେବନ ପାଇଁ ବାସନ୍ଦର ସମ୍ମୁଖୀନ ହୋଇଥିଲେ। ଗତ ବର୍ଷ ଅଗଷ୍ଟରେ ହାଇକୋର୍ଟ ଅର୍ଜୁନ ପୁରସ୍କାର ଚୟନ କମିଟିକୁ ଚାନୁଙ୍କ ନାମକୁ ବିଚାରକୁ ନେବାକୁ ନିର୍ଦ୍ଦେଶ ଦେଇଥିଲେ ଓ ନିଜର ରାୟକୁ ସଂରକ୍ଷିତ ରଖିଥିଲେ। ଚାନୁଙ୍କ ନମୁନାକୁ ଠିକ୍‌ଭାବେ ହ୍ୟାଣ୍ଡଲ କରା ନ ଯିବା କାରଣରୁ ଅନ୍ତର୍ଜାତୀୟ ଭାରୋତ୍ତୋଳନ ଫେଡେରେଶନ (ଆଇଡବ୍ଲ୍ୟୁଏଫ୍‌) ତାଙ୍କୁ ସବୁ ଅଭିଯୋଗରୁ ମୁକ୍ତ କରିଥିଲା। ଚାନୁ ଏବେ ଆଇଡବ୍ଲ୍ୟୁଏଫ୍‌ଠାରୁ କ୍ଷତିପୂରଣ ଦାବି କରିଛନ୍ତି। ଇତିମଧ୍ୟରେ ଚାନୁ ୨୦୧୮ ପାଇଁ ଅର୍ଜୁନ ପୁରସ୍କାର ହାସଲ କରିବେ ବୋଲି ଭାରତୀୟ ଭାରୋତ୍ତୋଳନ ଫେଡେରେଶନ ସମ୍ପାଦକ ସ୍ପଷ୍ଟ କରିଛନ୍ତି। ୨୬ ବର୍ଷୀୟ ଚାନୁ ୨୦୧୪ ଓ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଯଥାକ୍ରମେ ୪୮ ଓ ୫୩ କେ.ଜି. ବର୍ଗରେ କ୍ରମାଗତ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୦୧୬ ଓ ୨୦୧୭ରେ ସେ ଅର୍ଜୁନ ପରୁସ୍କାର ପାଇଁ ଆବେଦନ କରିଥିଲେ ମଧ୍ୟ ତାଙ୍କୁ ଅଣଦେଖା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri