ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଉଦ୍ୟମ ଆରମ୍ଭ ହୋଇଛି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ସାନବଜାରସ୍ଥିତ ଏକ ମଣ୍ଡପରେ ମଙ୍ଗଳବାର ନବ ସଂକଳ୍ପ ଶିବିର ଆୟୋଜନ ହୋଇଥିଲା। କିନ୍ତୁ ଏଥିରେ ବିଶୃଙ୍ଖଳା ଦେଖିବାକୁ ମିଳିଛି। ବାଲିକୁଦା ବିଧାନସଭା ନିର୍ବାଚନ ମଣ୍ଡଳୀର ୧୭ ଜଣ ସରପଞ୍ଚ, ସମିତି ସଭ୍ୟ ଉଠି ଚାଲିଯିବା ନେଇ ଚର୍ଚ୍ଚା ଜୋର ଧରିଛି । ଯେଉଁମାନେ ତୃଣମୂଳସ୍ତରରେ ଦଳ ପାଇଁ କାମ କରୁଛନ୍ତି ସେମାନଙ୍କୁ ମର୍ଯ୍ୟାଦା ମିଳିବା ଆବଶ୍ୟକ କହି ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଲଲାଟେନ୍ଦୁ ମହାପାତ୍ର ମଧ୍ୟ ମଞ୍ଚ ତ୍ୟାଗ କରିଥିଲେ। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରତି ଜିଲାରେ ଆସନ୍ତା ଅଗଷ୍ଟ ୯ରୁ ୭୫ କିଲୋମିଟର ପଦଯାତ୍ରା ପାଇଁ ଏଆଇସିସି ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ ପଦଯାତ୍ରା କରାଯିବ ବୋଲି କାର୍ଯ୍ୟକ୍ରମରେ କୁହାଯାଇଥିଲା। ଜିଲା କଂଗ୍ରେସ କମିଟି ସଭାପତି ନଟବର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ପୂର୍ବତନ ଏମ୍‌ପି ଅନନ୍ତ ସେଠୀ, ଗତ ନିର୍ବାଚନରେ ଦଳୀୟ ଏମ୍‌ପି ପ୍ରାର୍ଥିନୀ ପ୍ରତିମା ମଲ୍ଲିକ, ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀ କଂଗ୍ରେସ ନେତା ଲଲାଟେନ୍ଦୁ, ପୂର୍ବତନ ଜିଲା କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର ନାଥ ମହାନ୍ତି, ଜିଲା ପରିଷଦ ସଦସ୍ୟ ପିନାକୀ ନାରାୟଣ ଦାସ, ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ, ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ ଦଳୀୟ ନେତା ହିମାଂଶୁ ମଲ୍ଲିକ, ପିସିସି ସମ୍ପାଦକ ନଳିନୀ ସ୍ବାଇଁ, ପୂର୍ବତନ ଜଗତ୍‌ସିଂହପୁର ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ ଓ ଜିଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ବାଲିକୁଦାର ଜଣେ କଂଗ୍ରେସ ନେତାଙ୍କୁ ମଞ୍ଚକୁ ଡକାଯାଇଥିଲା। ଏହା ପରେ ମଞ୍ଚ ତଳେ ଏହି ନିର୍ବାଚନ ମଣ୍ଡଳୀର ଏକାଧିକ ସରପଞ୍ଚ, ସମିତି ସଭ୍ୟ ଓ ଦଳୀୟ କର୍ମୀ ଅସନ୍ତୋଷ ପ୍ରକାଶ କରି ସ୍ଥାନ ତ୍ୟାଗ କରିଥିଲେ। ମଞ୍ଚରେ ବସିଥିବା ଲାଲାଟେନ୍ଦୁ ମହାପାତ୍ର କହିଥିଲେ, ଆଗଧାଡିର ନେତାମାନଙ୍କ ସ୍ବାର୍ଥରେ ଆଞ୍ଚ ଆସିଲେ ସେମାନେ ଦଳ ବଦଳ କରିବାକୁ ପଛାଉନାହାନ୍ତି। କିନ୍ତୁ ତୃଣମୂଳସ୍ତରରେ ଯେଉଁମାନେ କଂଗ୍ରେସ ପାଇଁ କାମ କରୁଛନ୍ତି ସେମାନଙ୍କୁ ସମ୍ମାନ ଦେବା ଜରୁରୀ ବୋଲି କହିଥିଲେ। ଶିବିରରେ କଂଗ୍ରେସ ସମର୍ଥନରେ ନିର୍ବାଚିତ ଜିଲାର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ନଗର କଂଗ୍ରେସ କାଉନ୍‌ସିଲରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଜିଲାର ବହୁ ସଂଖ୍ୟକ କଂଗ୍ରେସ ନେତା ଓ କର୍ମୀ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri