Posted inଜାତୀୟ

ଖାର୍ଗେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ରାଜ୍ୟ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୧।୧୨(ପି.ଟି.): ରାଜସ୍ଥାନର ଅଲଓ୍ବାରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସୋମବାର ରାଜ୍ୟ ସଭାରେ ଶାସକ ଏବଂ ବିରୋଧୀ ସଦସ୍ୟମାନଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ହୋଇଛି। ସୋମବାର ଅଲଓ୍ବରରେ ଏକ ରାଲିରେ ଖାର୍ଗେ କହିଥିଲେ, କଂଗ୍ରେସ ଦେଶ ପାଇଁ ସ୍ବାଧୀନତା ଆଣିଛି। ଏହାର ଅନେକ ନେତା ଦେଶ ପାଇଁ ପ୍ରାଣବଳି ଦେଇଛନ୍ତି, କିନ୍ତୁ ଭାଜପାର ଗୋଟିଏ କୁକୁର ମଧ୍ୟ ମରିନାହିଁ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରାକୁ ଭାଜପା ‘ଭାରତ ତୋଡ଼ୋ ଯାତ୍ରା’ କହି ପରିହାସ କରୁଥିବାରୁ ତାହାର ଜବାବରେ ଖାର୍ଗେ ଏଭଳି କହିଥିଲେ। ସୀମାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ପାର୍ଲାମେଣ୍ଟରେ ଆଲୋଚନା କରିବାକୁ ସରକାର ଦେଉ ନାହାନ୍ତି। ଭାଜପା ସରକାର ବାହାରେ ସିଂହ ଭଳି କହୁଥିତ୍ବାବେଳେ ଗୃହ ଭିତରେ ମୂଷା ଭଳି ବୋଲି କଂଗ୍ରେସ ଅଧ୍ୟକ୍ଷ କହିଥିଲେ।
ତାଙ୍କର ବିବାଦୀୟ ମନ୍ତବ୍ୟ ଲାଗି ବିରୋଧୀ ଦଳ କ୍ଷମା ମାଗୁ ବୋଲି ଭାଜପା ଏମ୍‌ପିମାନେ ଗୃହରେ ଦାବି କରିବାରୁ ହଟ୍ଟଗୋଳ ହୋଇଥିଲା। ଖାର୍ଗେ ଯେଉଁଭଳି ଭାଷା ବ୍ୟବହାର କରିଛନ୍ତି ଓ ମିଥ୍ୟାର ପ୍ରସାର କରିବାକୁ ଉଦ୍ୟମ କରିଛନ୍ତି, ତାହାକୁ ଆମେ ନିନ୍ଦା କରୁଛୁ ବୋଲି କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ କହିବା ସହ ଅଲଓ୍ବାରରେ ବ୍ୟବହୃତ ଭାଷା ପାଇଁ ସେ କ୍ଷମା ମାଗନ୍ତୁ ବୋଲି ଦାବି କରିଥିଲେ। ମନ୍ତବ୍ୟ ପାର୍ଲାମେଣ୍ଟ ବାହାରେ ଦିଆଯାଇଥିବାରୁ ଏହା ଉପରେ ଗୃହରେ ଆଲୋଚନା ହେବା ଉଚିତ ନୁହେଁ ବୋଲି କହି ଖାର୍ଗେ କ୍ଷମା ମାଗିବାକୁ ମନା କରିଦେଇଥିଲେ। ଶୃଙ୍ଖଳା ରକ୍ଷା ଲାଗି ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କର ଗୃହର ନେତାମାନଙ୍କୁ ନିବେଦନ କରିଥିଲେ। ଗୃହରେ ଯାହା ହେଉଛି, ତାହା ଖରାପ ଉଦାହରଣ ସୃଷ୍ଟି କରୁଛି ଏବଂ ଗୃହର ବଦ୍‌ନାମ ହେଉଛି। ଦେଶର ୧୩୫ କୋଟି ଲୋକ ହସୁଛନ୍ତି ବୋଲି ଧନ୍‌କର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?