ପୁଷ୍ପା-୨ ଟ୍ରେଲର ରିଲିଜ ହେବା ପୂର୍ବରୁ ହଙ୍ଗାମା: ମୁହାଁମୁହିଁ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୭ା୧୧: ଅଲୁ ଅର୍ଜୁନଙ୍କ ପ୍ରଶଂସକଙ୍କ ପାଇଁ ରବିବାର ଏକ ବିଶେଷ ଦିନ। କାରଣ ଫିଲ୍ମ ‘ପୁଷ୍ପା: ଦି ରୁଲ୍’ ଯାହା ପାଇଁ ସେମାନେ ବର୍ଷ ବର୍ଷ ଧରି ଅପେକ୍ଷା କରିଥିଲେ, ତାହା ଆସନ୍ତା ଡିସେମ୍ବର ମାସରେ ମୁକ୍ତିଲାଭ କରିବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ଏହାର ଟ୍ରେଲର ରିଲିଜ ହେଉଛି। ନଭେମ୍ବର ୧୭ ଅର୍ଥାତ ରବିବାର ଉଭୟ ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଧନା ବିହାରର ପାଟନା ସହରରେ ପହଂଚିଛନ୍ତି। ବିମାନ ବନ୍ଦରରେ ପ୍ରଶଂସକମାନେ ଉଭୟଙ୍କୁ ହୃଦୟରୁ ସ୍ୱାଗତ କରିଥିଲେ।

ଅଲୁ ଅର୍ଜୁନ ପାଟନା ବିମାନବନ୍ଦରରୁ ବାହାରିବା ମାତ୍ରେ ସେ ହାତ ଯୋଡି ପ୍ରଶଂସକମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହାପରେ କାର ନିକଟରେ ଯାଇ ‘ପୁଷ୍ପା’ ‘ଜୁକେଗା ନେହି ସାଲା …’ ର ସିଗନେଚର ପୋଜ କରିଥିଲେ। ଏହା ଦେଖିବା ପରେ ପ୍ରଶଂସକମାନେ ଶୁଟିଂ କରିବା ଆରମ୍ଭ କରିଥିଲେ।

ତେବେ ଅଲୁ ଅର୍ଜୁନ ଏପର୍ଯ୍ୟନ୍ତ ଗାନ୍ଧୀ ମଇଦାନରେ ପହଞ୍ଚି ନାହାଁନ୍ତି। ଏହି କାର୍ଯ୍ୟକ୍ରମ ପୂର୍ବରୁ ଗାନ୍ଧୀ ମୈଦାନରେ ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଅଭିନେତା ମଞ୍ଚକୁ ଆସିବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏଭଳି ପରିସ୍ଥିତିରେ ଜନସାଧାରଣଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ମଧ୍ୟ ଉପସ୍ଥିତ ଅଛି। ଅଲୁ ଠିକ୍ ସମୟରେ ମଞ୍ଚକୁ ନଆସିବାରୁ ଲୋକମାନେ ଗାନ୍ଧୀ ମଇଦାନରେ ଭିଡା ଭିଡି ହୋଇଯାଇଥିଲେ। ଏହା ପରେ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?