Posted inଜାତୀୟ

କେଜରିୱାଲ ମିଛୁଆ: ଚନ୍ନି

ଚଣ୍ଡିଗଡ଼,୨୧ ।୨: ରବିବାର ସନ୍ଧ୍ୟାରେ ପଞ୍ଜାବ ବିଧାନସଭାର ସମସ୍ତ ୧୧୭ ଆସନ ପାଇଁ ଭୋଟ ଗ୍ରହଣ ସରିଛି । ସୂଚନା ଅନୁଯାୟୀ, ପଞ୍ଜାବରେ ୬୫.୩୨ ପ୍ରତିଶତ ମତଦାନ ହୋଇଛି । ଏଥର କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଚେହେରା ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ୨ଟି ବିଧାନସଭା ଆସନରୁ ନିର୍ବାଚନ ଲଢୁଛନ୍ତି । ତେବେ ସେ ୨ଟି ଯାକ ଆସନରେ ବିଜୟୀ ହେବେ ବୋଲି ଆଶା ରଖିଛନ୍ତି ।
ଏକ ସ୍ୱତନ୍ତ୍ର ସାକ୍ଷାତ୍କାରରେ ସେ କହିଛନ୍ତି ମୁଁ ୨ଟି ଯାକ ଆସନରେ ଭଲ ଭୋଟ ବ୍ୟବଧାନରେ ବିଜୟୀ ହେବି । ତେବେ ଏଥର ପଞ୍ଜାବ ବିଧାନସଭା ଆସନ ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଦଳ ଆମ ଆଦମୀ ପାର୍ଟି(ଏଏପି) ବହୁ ସଂଖ୍ୟାରେ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ପଞ୍ଜାବରେ ସରକାର ଗଠନ କରିବାର ଲକ୍ଷ୍ୟ ରଖିଛି । ଏହାକୁ ନେଇ ଚନ୍ନି କହିଛନ୍ତି କେଜରିୱାଲ ଜଣେ ମିଛୁଆ ବ୍ୟକ୍ତି । ସେ ସବୁବେଳେ ମିଛ କୁହନ୍ତି । ଆଉ ପରେ ଏହାକୁ ବଦଳାଇ ଦିଅନ୍ତି ତ ପୁଣି କେବେ କେବେ କ୍ଷମା ମାଗି ନିଅନ୍ତି ।
ଚନ୍ନି ଆହୁରି ମଧ୍ୟ କହିଛନ୍ତି ଯଦି ପଞ୍ଜାବରେ ଏଏପି ସରକାର ଗଠନ କରେ ତେବେ ରାଜ୍ୟରେ କୌଣସି ବିକାଶ ବା ପରିବର୍ତ୍ତନ ହେବ ନାହିଁ । କାରଣ ଏଏପିରେ ଏମିତି ନେତା ରହିଛନ୍ତି ଯେଉଁମାନେ ଉଭୟ ପଟେ ଖାରଜ ହୋଇ ଯାଆନ୍ତି । ଏହାସହ କେଜରିୱାଲ ନା କ୍ରାନ୍ତିକାରୀ ନା ସେ ଭଗତ ସିଂଙ୍କ ଶିଷ୍ୟ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri