Posted inଜାତୀୟ

ଯମୁନେତ୍ରୀ ଧାମରୁ ଫେରିବା ବେଳେ ୨ଯାତ୍ରୀଙ୍କ ମୃତ୍ୟୁ

ଡେରାଡୁନ,୧୩।୫: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ଯାତ୍ରା ଗତ କିଛି ଦିନରୁ ଆରମ୍ଭ ହୋଇଛି। ଯାତ୍ରା ଆରମ୍ଭରୁ କେତେକ ଯାତ୍ରୀଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସୁଛି। ଇତିଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଯମୁନେତ୍ରୀ ଧାମରୁ ଫେରୁଥିବା ଜଣେ ତୀର୍ଥଯାତ୍ରୀଙ୍କ ହୃଦ୍‌ଘାତରେ ପରଲୋକ ହୋଇଥିବା ବେଳେ ଆଉ ଜଣଙ୍କର ଘୋଡାରୁ ଖସିପଡି ମୃତ୍ୟୁ ହୋଇଛି। ଯମୁନେତ୍ରୀ ଧାମରେ ତୀର୍ଥଯାତ୍ରୀଙ୍କ ହୃଦ୍‌ଘାତରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ଅନ୍ୟପଟେ ଗଙ୍ଗୋତ୍ରୀ ଧାମରେ ମଧ୍ୟ ହୃଦ୍‌ଘାତ ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ୩ଜଣଙ୍କର ମୃତ୍ୟୁ ହୋଇଛି। ଉଭୟ ଧାମରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁରୁବାର ଯମୁନେତ୍ରୀ ଧାମରୁ ଫେରୁଥିବା ପ୍ରକାଶ ଚାନ୍ଦ ନାମକ ଜଣେ ତୀର୍ଥଯାତ୍ରୀଙ୍କୁ ରାମ ମନ୍ଦିର ନିକଟରେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥିଲା। ତାଙ୍କୁ ଚିକିତ୍ସା ପାଇଁ ଜାନକୀ ଚଟ୍ଟିରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ସେହିପରି ବିହାର ଚମ୍ପାରନର ବାବୁ ପ୍ରସାଦ ନାମକ ଜଣେ ତୀର୍ଥଯାତ୍ରୀ ବନ୍ଦେଲୀଗାଡ ବ୍ରିଜ ନିକଟରେ ଘୋଡାରୁ ଖସିପଡ଼ିବା ପରେ ଆହତ ହୋଇଥିଲେ। ତାଙ୍କୁ ମଧ୍ୟ ଚିକିତ୍ସା ପାଇଁ ଜାନକୀ ଚଟ୍ଟିକୁ ନିଆଯାଇଥିଲା। ସେଠାରେ ବାବୁ ପ୍ରସାଦଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟପଟେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ବଡକୋଟ ଥାନାର ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri