ବିଦ୍ୟୁତ୍‌ ଚାର୍ଜ କରି ଶିକାର କଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୨୨।୧୦: ଢେଙ୍କାନାଳ ବନ ବିଭାଗ ଏବଂ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ଏକ ସମନ୍ବୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟୁତ୍‌ ଚାର୍ଜ କରି ବନ୍ୟଜନ୍ତୁ ଶିକାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଛି।
ଢେଙ୍କାନାଳ ବିଦ୍ୟୁତ୍‌ ଡିଭିଜନ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟୁତ୍‌ ବିଭାଗ ନିର୍ବାହୀ ଯନ୍ତ୍ରୀ ବେଣୁଧର ଦାସ ଅଧ୍ୟକ୍ଷତା କରିଥିଲେ। ହିନ୍ଦୋଳ, ଢେଙ୍କାନାଳ, କାମାକ୍ଷାନଗର ଓ ଗଁଦିଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ବଢୁଛି। ଭବିଷ୍ୟତରେ ଯେପରି କୌଣସି ଅଘଟଣ ନ ଘଟେ ସେଥିଲାଗି ପଦକ୍ଷେପ ନେବାକୁ ବିସ୍ତୃତ ଆଲୋଚନା କରାଯାଇଥିଲା। ବନ ଅଧିକାରୀ ଓ କର୍ମଚାରୀ ହାତୀପଲ ଗତିବିଧି ଉପରେ ନଜର ରଖିବା ଏବଂ ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗକୁ ଅବଗତ କରିବାକୁ କୁହାଯାଇଛି। ଶିକାର କିମ୍ବା ଫସଲ ସୁରକ୍ଷା ଲାଗି ବେଆଇନ ଭାବେ ହୁକିଂ କରି ଧରାପଡ଼ିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି କାମାକ୍ଷାନଗର, ମଠକରଗୋଳା, ହିନ୍ଦୋଳ, ଖଜୁରିଆକଟା, ଭାପୁର, ଗୋବିନ୍ଦପୁର, ଗଁଦିଆ, ଯୋରନ୍ଦା, ନିହଲପ୍ରସାଦ ଅଞ୍ଚଳରେ ଏଲ୍‌ଇଡି ସେଫ୍ଟି ଭ୍ୟାନ୍‌ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି। ବିଦ୍ୟୁତ୍‌ ତାର ବିଛାଇ ଶିକାରଠାରୁ ଦୂରେଇ ରହିବାକୁ କୁହାଯାଇଛି। ଏଭଳି କାର୍ଯ୍ୟ କରୁଥିବା ଜଣାପଡ଼ିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଯାଉଥିବା ସୂଚନା ଦିଆଯାଇଛି। ବୈଠକରେ ଟିପିସିଓଡିଏଲ୍‌ ନିର୍ବାହୀ ଯନ୍ତ୍ରୀ ବେଣୁଧର ଦାସ, ସହକାରୀ ଯନ୍ତ୍ରୀ ନୀଳକାନ୍ତ ସାହୁ, କାମାକ୍ଷାନଗର ସହକାରୀ ଯନ୍ତ୍ରୀ ବବୁଲ ମହାରଣା, ହିନ୍ଦୋଳ ରୋଡ୍‌ ସହକାରୀଯନ୍ତ୍ରୀ ସୂର୍ଯ୍ୟ କୁମାର ସାମନ୍ତରାୟ, ଗଁଦିଆ ସହକାରୀ ଯନ୍ତ୍ରୀ ଚନ୍ଦ୍ରକାନ୍ତ ବିଶ୍ୱାଳଙ୍କ ସମେତ ଢେଙ୍କାନାଳ ଏବଂ ଷଡ଼ଙ୍ଗୀ ରେଞ୍ଜ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri