ବିଦ୍ୟୁତ୍‌ ଚାର୍ଜ କରି ଶିକାର କଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୨୨।୧୦: ଢେଙ୍କାନାଳ ବନ ବିଭାଗ ଏବଂ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ଏକ ସମନ୍ବୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟୁତ୍‌ ଚାର୍ଜ କରି ବନ୍ୟଜନ୍ତୁ ଶିକାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଛି।
ଢେଙ୍କାନାଳ ବିଦ୍ୟୁତ୍‌ ଡିଭିଜନ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟୁତ୍‌ ବିଭାଗ ନିର୍ବାହୀ ଯନ୍ତ୍ରୀ ବେଣୁଧର ଦାସ ଅଧ୍ୟକ୍ଷତା କରିଥିଲେ। ହିନ୍ଦୋଳ, ଢେଙ୍କାନାଳ, କାମାକ୍ଷାନଗର ଓ ଗଁଦିଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ବଢୁଛି। ଭବିଷ୍ୟତରେ ଯେପରି କୌଣସି ଅଘଟଣ ନ ଘଟେ ସେଥିଲାଗି ପଦକ୍ଷେପ ନେବାକୁ ବିସ୍ତୃତ ଆଲୋଚନା କରାଯାଇଥିଲା। ବନ ଅଧିକାରୀ ଓ କର୍ମଚାରୀ ହାତୀପଲ ଗତିବିଧି ଉପରେ ନଜର ରଖିବା ଏବଂ ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗକୁ ଅବଗତ କରିବାକୁ କୁହାଯାଇଛି। ଶିକାର କିମ୍ବା ଫସଲ ସୁରକ୍ଷା ଲାଗି ବେଆଇନ ଭାବେ ହୁକିଂ କରି ଧରାପଡ଼ିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି କାମାକ୍ଷାନଗର, ମଠକରଗୋଳା, ହିନ୍ଦୋଳ, ଖଜୁରିଆକଟା, ଭାପୁର, ଗୋବିନ୍ଦପୁର, ଗଁଦିଆ, ଯୋରନ୍ଦା, ନିହଲପ୍ରସାଦ ଅଞ୍ଚଳରେ ଏଲ୍‌ଇଡି ସେଫ୍ଟି ଭ୍ୟାନ୍‌ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି। ବିଦ୍ୟୁତ୍‌ ତାର ବିଛାଇ ଶିକାରଠାରୁ ଦୂରେଇ ରହିବାକୁ କୁହାଯାଇଛି। ଏଭଳି କାର୍ଯ୍ୟ କରୁଥିବା ଜଣାପଡ଼ିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଯାଉଥିବା ସୂଚନା ଦିଆଯାଇଛି। ବୈଠକରେ ଟିପିସିଓଡିଏଲ୍‌ ନିର୍ବାହୀ ଯନ୍ତ୍ରୀ ବେଣୁଧର ଦାସ, ସହକାରୀ ଯନ୍ତ୍ରୀ ନୀଳକାନ୍ତ ସାହୁ, କାମାକ୍ଷାନଗର ସହକାରୀ ଯନ୍ତ୍ରୀ ବବୁଲ ମହାରଣା, ହିନ୍ଦୋଳ ରୋଡ୍‌ ସହକାରୀଯନ୍ତ୍ରୀ ସୂର୍ଯ୍ୟ କୁମାର ସାମନ୍ତରାୟ, ଗଁଦିଆ ସହକାରୀ ଯନ୍ତ୍ରୀ ଚନ୍ଦ୍ରକାନ୍ତ ବିଶ୍ୱାଳଙ୍କ ସମେତ ଢେଙ୍କାନାଳ ଏବଂ ଷଡ଼ଙ୍ଗୀ ରେଞ୍ଜ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri