Posted inଖେଳ

ସୁଶୀଲ କୁମାରଙ୍କ ବିରୋଧରେ ଚାର୍ଜଫ୍ରେମ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର ଚାମ୍ପିୟନ ରେସଲରଙ୍କ ହତ୍ୟା ମାମଲାରେ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ନାମରେ କୋର୍ଟ ଚାର୍ଜଫ୍ରେମ୍‌ କରିଛନ୍ତି। ବୁଧବାର ଦିଲ୍ଲୀର ଏକ କୋର୍ଟ ସୁଶୀଲ ଏବଂ ଅନ୍ୟ ୧୭ ଜଣ ଦୋଷୀଙ୍କ ବିରୋଧରେ ଚାର୍ଜ ଫ୍ରେମ କରିଛନ୍ତି। ଫଳରେ ଖୁବ୍‌ଶୀଘ୍ର କୋର୍ଟରେ ଏହି ମାମଲାର ବିଚାର ଆରମ୍ଭ ହେବ।

ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି)ର ବିଭିନ୍ନ ଧାରା ଅନୁସାରେ ଆଡିଶନାଲ ସେସନ୍ସ କୋର୍ଟ ବିଚାରପତି ଶିବାଜୀ ଆନନ୍ଦ ଅଭିଯୁକ୍ତଙ୍କ ନାମରେ ଚାର୍ଜଫ୍ରେମ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କ ନାମରେ ହତ୍ୟା, ଦଙ୍ଗା ଓ ଆପରାଧିକ ଷଡଯନ୍ତ୍ରର ଧାରା ଲାଗୁ କରାଯାଇଛି।
ଜାତୀୟ ଜୁନିୟର ରେସଲିଂ ଚାମ୍ପିୟନ ସାଗର ଧନକରଙ୍କୁ ଏକ ସମ୍ପତ୍ତି ବିବାଦ ମାମଲାକୁ ନେଇ ସୁଶୀଲ ଓ କିଛି ବ୍ୟକ୍ତି ଛତ୍ରସାଲ ଷ୍ଟାଡିୟମରେ ଆକ୍ରମଣ କରିଥିଲେ। ମେ’୪, ୨୦୨୧ରେ ଏହି ଆକ୍ରମଣ ଘଟିଥିଲା। ପରେ ଧନକରଙ୍କ ମୃତ୍ୟୁ ଘଟିଥିବା ବେଳେ ପୋଷ୍ଟମର୍ଟମ ରିପୋର୍ଟରୁ ମୁଣ୍ଡରେ ଆଘାତ କାରଣରୁ ମୃତ୍ୟୁ ସ୍ପଷ୍ଟ ହୋଇଥିଲା। ମେ’ ୨୩ ତାରିଖରେ ଦୁଇ ଦୁଇ ଥର ଅଲିମ୍ପିକ୍ସ ପଦକ ବିଜେତା କୁମାରଙ୍କୁ ପୋଲିସ ଗିରଫ କରିଥିଲା। ପଚରାଉଚରା ପରେ ଜୁନ ୨, ୨୦୨୧ରୁ ସେ ପୋଲିସ ହେପାଜତରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri